< ଯିଶାଇୟ 39 >
1 ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
Nthawi imeneyo Merodaki-Baladani, mwana wa Baladani mfumu ya ku Babuloni anatumiza nthumwi kwa Hezekiya nawapatsira makalata ndi mphatso, pakuti anamva za kudwala kwake ndi kuti anachira.
2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
Hezekiya anawalandira mwasangala ndipo anawaonetsa zonse zimene zinali mʼnyumba zake zosungiramo siliva, golide, zokometsera zakudya, mafuta abwino kwambiri, zida zonse zankhondo ndiponso zonse zimene zinkapezeka mʼnyumba zake zosungiramo chuma. Panalibe kanthu kalikonse ka mʼnyumba yaufumu kapena mu ufumu wake onse kamene sanawaonetse.
3 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
Tsono mneneri Yesaya anapita kwa mfumu Hezekiya ndipo anamufunsa kuti, “Kodi anthu aja anakuwuzani chiyani, ndipo anachokera kuti?” Hezekiya anayankha kuti, “Anachokera ku dziko lakutali, ku Babuloni.”
4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Mneneri anafunsanso kuti, “Kodi mʼnyumba yanu yaufumu anaonamo chiyani?” Hezekiya anati, “Anaona chilichonse cha mʼnyumba yanga yaufumu. Palibe ndi chimodzi chomwe za mʼnyumba yosungiramo chuma changa chimene sindinawaonetse.”
5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Pamenepo Yesaya anati kwa Hezekiya, “Imvani mawu a Yehova Wamphamvuzonse:
6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Yehova akuti, nthawi idzafika ndithu pamene zonse za mʼnyumba mwanu ndi zonse zimene makolo anu anazisonkhanitsa mpaka lero lino, zidzatengedwa kupita nazo ku Babuloni. Sipadzatsalapo ndi kanthu kamodzi komwe.
7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Ndipo ena mwa ana anu, obala inu amene adzatengedwanso, ndipo adzawasandutsa adindo ofulidwa mʼnyumba ya mfumu ya ku Babuloni.”
8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Hezekiya anayankha kuti, “Mawu a Yehova amene mwayankhula ndi abwino.” Ponena izi iye ankaganiza kuti, “Padzakhala mtendere ndi chitetezo masiku a moyo wanga onse.”