< ଯିଶାଇୟ 39 >
1 ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
Naquele tempo, Merodaque-Baladã, filho de Baladã, rei da Babilônia, enviou [mensageiros com] cartas e um presente a Ezequias, porque tinha ouvido que ele havia ficado doente e já tinha se curado.
2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
E Ezequias se alegrou com eles, e lhes mostrou a casa de teu tesouro, a prata, o ouro, as especiarias, os melhores óleos, e toda a sua casa de armas, e tudo quanto se achou em seus tesouros; coisa nenhuma houve, nem em sua casa, nem em todo o seu domínio, que Ezequias não lhes mostrasse.
3 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
Então o profeta Isaías veio ao rei Ezequias, e lhe disse: O que aqueles homens disseram? E de onde eles vieram a ti? E Ezequias disse: Eles vieram a mim de uma terra distante, da Babilônia.
4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
E ele lhe disse: O que viram em tua casa? E Ezequias disse: Eles viram tudo quanto há em minha casa; coisa nenhuma há em meus tesouros que eu não tenha lhes mostrado.
5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Então Isaías disse a Ezequias: Ouve a palavra do SENHOR dos exércitos:
6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Eis que vem dias em que tudo quanto houver em tua casa, e que teus pais acumularam até o dia de hoje, será levado à Babilônia; nada restará, diz o SENHOR.
7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
E [até] de teus filhos, que procederem de ti, e tu gerares, tomarão; e eles serão eunucos no palácio do rei da Babilônia.
8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Então Ezequias disse a Isaías: Boa é a palavra do SENHOR que falaste. Disse também: Pois haverá paz e segurança em meus dias.