< ଯିଶାଇୟ 39 >

1 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
Katika mda ule Merodaki mtoto wa Baladani, mfalme wa Babeli, alituma zawadi na barua kwa Hezekia; maana alisikia Hezekia alikuwa anaumwa na amepona.
2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
Hezekia alifurahishwa na hivi vitu; alimuonyesha mjumbe nyumba ya ghala la vitu vya thamani- vitu kama fedha, dhahabu, viungo, na mafuta ya thamani, ghala la kuwekea silaha zake, na vitu vyote vilivyopatikana kwenye stoo yake. Hapakuwa na kitu katika nyumba yake, wala ufalme wake wote, Hezekia hakuwaonyesha wao.
3 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
Basi Isaya nabii alikuja kwa mfalme Hezekia na kumuuliza, ''Je watu hawa wamekuambia nini? wametoka wapi?, ''Wamekuja kwangu kutoka mbali nchi ya Babeli.''
4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Isaya akamuuliza je ni vitu gani walivyoviona katika nyumba yako? Hezekia akajibu, ''Wameona kila kitu katika nyumba nyangu. Hakuna kitu miongoni mwa vitu vyangu vya thamani ambavyo sijawaonyesha.''
5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Basi Isaya akamwambia Hezekia, ''Sikiliza neno la Yahwe wa majeshi:
6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
'Tazama siku inakaribia kuja pale kila kitu katika nyumba yako, vitu ambavyo mababu zako wamevihifadhi mbali mpaka mda huu wa sasa Vitapelekwa Babeli. Hakuna kitakachobakizwa, asema Yahwe.
7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Na watoto watazaliwa kutoka kwako, ambao wewe mwenyewe utawazaa- watachukuliwa mbali, na watakuwa matoashi katika jumba la mfalme wa Babeli.''
8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Basi Hezekia akamwambia Isaya, ''Neno la Yahwe alilolizunumza ni zuri.'' Maana alifikiria, ''Patakuwa na amani na utulivu katika siku zangu.''

< ଯିଶାଇୟ 39 >