< ଯିଶାଇୟ 39 >

1 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
O sırada Hizkiya'nın hastalanıp iyileştiğini duyan Baladan oğlu Babil Kralı Merodak-Baladan, ona mektuplarla birlikte bir armağan gönderdi.
2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
Bunlar Hizkiya'yı sevindirdi. O da deposundaki bütün değerli eşyaları –altını, gümüşü, baharatı, değerli yağı, silah deposunu ve hazine odalarındaki her şeyi– elçilere gösterdi. Sarayında da krallığında da onlara göstermediği hiçbir şey kalmadı.
3 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
Peygamber Yeşaya Kral Hizkiya'ya gidip, “Bu adamlar sana ne dediler, nereden gelmişler?” diye sordu. Hizkiya, “Uzak bir ülkeden, Babil'den gelmişler” diye karşılık verdi.
4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Yeşaya, “Sarayında ne gördüler?” diye sordu. Hizkiya, “Sarayımdaki her şeyi gördüler, hazinelerimde onlara göstermediğim hiçbir şey kalmadı” diye yanıtladı.
5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Bunun üzerine Yeşaya şöyle dedi: “Her Şeye Egemen RAB'bin sözüne kulak ver.
6 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
RAB diyor ki, ‘Gün gelecek, sarayındaki her şey, atalarının bugüne kadar bütün biriktirdikleri Babil'e taşınacak. Hiçbir şey kalmayacak.
7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Soyundan gelen bazı çocuklar alınıp götürülecek, Babil Kralı'nın sarayında hadım edilecek.’”
8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Hizkiya, “RAB'den ilettiğin bu söz iyi” dedi. Çünkü, “Nasıl olsa yaşadığım sürece barış ve güvenlik olacak” diye düşünüyordu.

< ଯିଶାଇୟ 39 >