< ଯିଶାଇୟ 4 >

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
וְהֶחֱזִיקוּ שֶׁבַע נָשִׁים בְּאִישׁ אֶחָד בַּיּוֹם הַהוּא לֵאמֹר לַחְמֵנוּ נֹאכֵל וְשִׂמְלָתֵנוּ נִלְבָּשׁ רַק יִקָּרֵא שִׁמְךָ עָלֵינוּ אֱסֹף חֶרְפָּתֵֽנוּ׃
2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
בַּיּוֹם הַהוּא יִֽהְיֶה צֶמַח יְהוָה לִצְבִי וּלְכָבוֹד וּפְרִי הָאָרֶץ לְגָאוֹן וּלְתִפְאֶרֶת לִפְלֵיטַת יִשְׂרָאֵֽל׃
3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;
וְהָיָה ׀ הַנִּשְׁאָר בְּצִיּוֹן וְהַנּוֹתָר בִּירוּשָׁלִַם קָדוֹשׁ יֵאָמֶר לוֹ כָּל־הַכָּתוּב לַחַיִּים בִּירוּשָׁלָֽ͏ִם׃
4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
אִם ׀ רָחַץ אֲדֹנָי אֵת צֹאַת בְּנוֹת־צִיּוֹן וְאֶת־דְּמֵי יְרוּשָׁלַ͏ִם יָדִיחַ מִקִּרְבָּהּ בְּרוּחַ מִשְׁפָּט וּבְרוּחַ בָּעֵֽר׃
5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
וּבָרָא יְהוָה עַל כָּל־מְכוֹן הַר־צִיּוֹן וְעַל־מִקְרָאֶהָ עָנָן ׀ יוֹמָם וְעָשָׁן וְנֹגַהּ אֵשׁ לֶהָבָה לָיְלָה כִּי עַל־כָּל־כָּבוֹד חֻפָּֽה׃
6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
וְסֻכָּה תִּהְיֶה לְצֵל־יוֹמָם מֵחֹרֶב וּלְמַחְסֶה וּלְמִסְתּוֹר מִזֶּרֶם וּמִמָּטָֽר׃

< ଯିଶାଇୟ 4 >