< ଯିଶାଇୟ 42 >

1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।
Evo sluge mojega, kojega podupirem, izbranika mojega, koji je mio duši mojoj; metnuæu duh svoj na njega, sud narodima javljaæe.
2 ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ।
Neæe vikati ni podizati, niti æe se èuti glas njegov po ulicama.
3 ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ।
Trske stuèene neæe prelomiti, i svještila koje se puši neæe ugasiti; javljaæe sud po istini.
4 ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Neæe mu dosaditi, niti æe se umoriti, dokle ne postavi sud na zemlji, i ostrva æe èekati nauku njegovu.
5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Ovako govori Bog Gospod, koji je stvorio nebesa i razapeo ih, koji je rasprostro zemlju i što ona raða, koji daje disanje narodu što je na njoj i duh onima što hode po njoj:
6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Ja Gospod dozvah te u pravdi, i držaæu te za ruku, i èuvaæu te, i uèiniæu te da budeš zavjet narodu, vidjelo narodima;
7 ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।
Da otvoriš oèi slijepcima, da izvedeš sužnje iz zatvora i iz tamnice koji sjede u tami.
8 ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
Ja sam Gospod, to je ime moje, i slave svoje neæu dati drugome ni hvale svoje likovima rezanijem.
9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
Evo, preðašnje doðe, i ja javljam novo, prije nego nastane kazujem vam.
10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Pjevajte Gospodu pjesmu novu, hvalu njegovu od kraja zemlje, koji se plavite po moru i sve što je u njemu, ostrva i koji živite na njima.
11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।
Pustinja i gradovi njezini, sela gdje stanuje Kidar, neka podignu glas, neka pjevaju koji žive po stijenama, neka klikuju savrh gora.
12 ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।
Neka daju slavu Gospodu, i hvalu njegovu neka javljaju po ostrvima.
13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
Gospod æe izaæi kao junak, podignuæe revnost svoju kao vojnik, vikaæe i klikovati, nadvladaæe neprijatelje svoje.
14 ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।
Muèah dugo, èinjah se gluh, ustezah se; ali æu sada vikati kao žena kad se poraða, i sve æu potrti i istrijebiti.
15 ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।
Opustiæu gore i bregove, i svaku travu na njima osušiæu, i od rijeka æu naèiniti ostrva, i jezera æu isušiti.
16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
I vodiæu slijepce putem kojega nijesu znali; vodiæu ih stazama kojih nijesu znali; obratiæu pred njima mrak u svjetlost i što je neravno u ravno. To æu im uèiniti, i neæu ih ostaviti.
17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Tada æe se vratiti natrag i posramiti se koji se uzdaju u lik rezani, koji govore likovima livenijem: vi ste naši bogovi.
18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
Èujte, gluhi; progledajte, slijepi, da vidite.
19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?
Ko je slijep osim sluge mojega? i ko je gluh kao poslanik moj kojega šaljem? ko je slijep kao savršeni? ko je slijep kao sluga Gospodnji?
20 ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।
Gledaš mnogo, ali ne vidiš; otvorene su ti uši, ali ne èuješ.
21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।
Gospodu bijaše mio radi pravde njegove, uèini zakon velikim i slavnim.
22 ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ।
A narod je oplijenjen i potlaèen, svi su koliki povezani u peæinama i sakriveni u tamnicama; postaše plijen, a nema nikoga da bi izbavio; postaše grabež, a nema nikoga da bi rekao: vrati.
23 ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍‍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?
Ko izmeðu vas èuje ovo i pazi i sluša za poslije?
24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?
Ko je dao Jakova da se potlaèi i Izrailja otimaèima? Nije li Gospod, kojemu zgriješismo? Jer ne htješe hoditi putovima njegovijem niti slušaše zakona njegova.
25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Zato izli na njih žestoku jarost svoju i silan rat, i zapali ga unaokolo, ali on ne razumje; zapali ga, ali on ne mari.

< ଯିଶାଇୟ 42 >