< ଯିଶାଇୟ 44 >
1 ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
我的僕人雅各, 我所揀選的以色列啊, 現在你當聽。
2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
造作你,又從你出胎造就你, 並要幫助你的耶和華如此說: 我的僕人雅各, 我所揀選的耶書崙哪, 不要害怕!
3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
因為我要將水澆灌口渴的人, 將河澆灌乾旱之地。 我要將我的靈澆灌你的後裔, 將我的福澆灌你的子孫。
4 ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
他們要發生在草中, 像溪水旁的柳樹。
5 ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
這個要說:我是屬耶和華的; 那個要以雅各的名自稱; 又一個要親手寫:歸耶和華的, 並自稱為以色列。
6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
耶和華-以色列的君, 以色列的救贖主-萬軍之耶和華如此說: 我是首先的,我是末後的; 除我以外再沒有真神。
7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
自從我設立古時的民, 誰能像我宣告,並且指明,又為自己陳說呢? 讓他將未來的事和必成的事說明。
8 ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”
你們不要恐懼,也不要害怕。 我豈不是從上古就說明指示你們嗎? 並且你們是我的見證! 除我以外,豈有真神嗎? 誠然沒有磐石,我不知道一個!
9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
製造雕刻偶像的盡都虛空;他們所喜悅的都無益處;他們的見證無所看見,無所知曉,他們便覺羞愧。
10 ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?
誰製造神像,鑄造無益的偶像?
11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।
看哪,他的同伴都必羞愧。工匠也不過是人,任他們聚會,任他們站立,都必懼怕,一同羞愧。
12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।
鐵匠把鐵在火炭中燒熱,用鎚打鐵器,用他有力的膀臂錘成;他飢餓而無力,不喝水而發倦。
13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।
木匠拉線,用筆劃出樣子,用鉋子鉋成形狀,用圓尺劃了模樣,仿照人的體態,做成人形,好住在房屋中。
14 ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
他砍伐香柏樹,又取柞樹和橡樹,在樹林中選定了一棵。他栽種松樹,得雨長養。
15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
這樹,人可用以燒火;他自己取些烤火,又燒着烤餅,而且做神像跪拜,做雕刻的偶像向它叩拜。
16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”
他把一分燒在火中,把一分烤肉吃飽。自己烤火說:「啊哈,我暖和了,我見火了。」
17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
他用剩下的做了一神,就是雕刻的偶像。他向這偶像俯伏叩拜,禱告它說:「求你拯救我,因你是我的神。」
18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
他們不知道,也不思想;因為耶和華閉住他們的眼,不能看見,塞住他們的心,不能明白。
19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”
誰心裏也不醒悟,也沒有知識,沒有聰明,能說:「我曾拿一分在火中燒了,在炭火上烤過餅;我也烤過肉吃。這剩下的,我豈要做可憎的物嗎?我豈可向木墩子叩拜呢?」
20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।
他以灰為食,心中昏迷,使他偏邪,他不能自救,也不能說:「我右手中豈不是有虛謊嗎?」
21 ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
雅各,以色列啊, 你是我的僕人,要記念這些事。 以色列啊,你是我的僕人, 我造就你必不忘記你。
22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
我塗抹了你的過犯,像厚雲消散; 我塗抹了你的罪惡,如薄雲滅沒。 你當歸向我,因我救贖了你。
23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
諸天哪,應當歌唱, 因為耶和華做成這事。 地的深處啊,應當歡呼; 眾山應當發聲歌唱; 樹林和其中所有的樹都當如此! 因為耶和華救贖了雅各, 並要因以色列榮耀自己。
24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
從你出胎,造就你的救贖主-耶和華如此說: 我-耶和華是創造萬物的, 是獨自鋪張諸天、鋪開大地的。 誰與我同在呢?
25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
使說假話的兆頭失效, 使占卜的癲狂, 使智慧人退後, 使他的知識變為愚拙;
26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’
使我僕人的話語立定, 我使者的謀算成就。 論到耶路撒冷說:必有人居住; 論到猶大的城邑說:必被建造, 其中的荒場我也必興起。
27 ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’
對深淵說:你乾了吧! 我也要使你的江河乾涸。
28 ଆମ୍ଭେ କୋରସ୍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”
論塞魯士說:他是我的牧人, 必成就我所喜悅的, 必下令建造耶路撒冷, 發命立穩聖殿的根基。