< ଯିଶାଇୟ 46 >

1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
כרע בל קרס נבו היו עצביהם לחיה ולבהמה נשאתיכם עמוסות משא לעיפה׃
2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।
קרסו כרעו יחדו לא יכלו מלט משא ונפשם בשבי הלכה׃
3 “ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
שמעו אלי בית יעקב וכל שארית בית ישראל העמסים מני בטן הנשאים מני רחם׃
4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
ועד זקנה אני הוא ועד שיבה אני אסבל אני עשיתי ואני אשא ואני אסבל ואמלט׃
5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
למי תדמיוני ותשוו ותמשלוני ונדמה׃
6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
הזלים זהב מכיס וכסף בקנה ישקלו ישכרו צורף ויעשהו אל יסגדו אף ישתחוו׃
7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
ישאהו על כתף יסבלהו ויניחהו תחתיו ויעמד ממקומו לא ימיש אף יצעק אליו ולא יענה מצרתו לא יושיענו׃
8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
זכרו זאת והתאששו השיבו פושעים על לב׃
9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
זכרו ראשנות מעולם כי אנכי אל ואין עוד אלהים ואפס כמוני׃
10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’
מגיד מראשית אחרית ומקדם אשר לא נעשו אמר עצתי תקום וכל חפצי אעשה׃
11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
קרא ממזרח עיט מארץ מרחק איש עצתו אף דברתי אף אביאנה יצרתי אף אעשנה׃
12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।
שמעו אלי אבירי לב הרחוקים מצדקה׃
13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”
קרבתי צדקתי לא תרחק ותשועתי לא תאחר ונתתי בציון תשועה לישראל תפארתי׃

< ଯିଶାଇୟ 46 >