< ଯିଶାଇୟ 48 >
1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
“Mverani izi, inu nyumba ya Yakobo, inu amene amakutchani dzina lanu Israeli, ndinu a fuko la Yuda, inu mumalumbira mʼdzina la Yehova, ndi kupemphera kwa Mulungu wa Israeli, ngakhale osati mʼchoonadi kapena mʼchilungamo.
2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Komabe inu mumadzitcha nzika za mzinda wopatulika ndipo mumadalira Mulungu wa Israeli, amene dzina lake ndi Yehova Wamphamvuzonse:
3 “ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେହି ସବୁ ଘଟିଲା।
Zimene zinachitika poyamba ndinalosera kalekale, zinatuluka mʼkamwa mwanga ndipo ndinazilengeza; tsono mwadzidzidzi ndinachitapo kanthu ndipo zinachitikadi.
4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Pakuti Ine ndinadziwa kuti iwe ndiwe nkhutukumve wa nkhongo gwaa, wa mutu wowuma.
5 ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।
Ine ndinakuwuziratu zinthu izi kalekale lomwe; zisanachitike ndinazilengezeratu kwa iwe kuti unganene kuti, ‘Fano langa ndilo lachita zimenezi, kapena kuti fano langa losema ndi kamulungu kanga kachitsulo ndiwo analamula kuti zimenezi zichitike.’
6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
Inu munamva zinthu zimenezi. Kodi inu simungazivomereze? “Kuyambira tsopano mpaka mʼtsogolo ndidzakuwuzani zinthu zatsopano zinthu zobisika zimene simunazidziwe konse.
7 ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
Zinthu zimenezi zikulengedwa tsopano lino, osati kalekale; munali musanazimve mpaka lero lino. Choncho inu simunganene kuti, ‘Zimenezi ndiye ayi, ndinazidziwa kale.’
8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
Inu simunazimvepo kapena kuzidziwa; makutu anu sanali otsekuka. Tsono Ine ndinadziwa bwino kuti ndinu anthu achiwembu ndi kuti chiyambire ubwana wanu munatchedwa owukira.
9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
Ine ndikuchedwetsa mkwiyo wanga chifukwa cha dzina langa. Ndikukulezerani ukali wanga kuti anthu andilemekeze. Sindidzakuwonongani kotheratu.
10 ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
Taonani, ndinakuyeretsani ngati siliva; ndinakuyesani mʼngʼanjo yamasautso.
11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
Chifukwa cha ulemu wanga, chifukwa cha ulemu wanga Ine ndikuchita zimenezi. Ndingalole bwanji kuti ndinyozeke? Ulemerero wanga sindidzawupereka kwa wina.
12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
“Tamvera Ine, iwe Yakobo, Israeli, amene ndinakuyitana: Mulungu uja Woyamba ndi Wotsiriza ndine.
13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
Inde dzanja langa linamanga maziko a dziko lapansi, dzanja langa lamanja linafunyulula mlengalenga. Ndi mawu anga ndinalenga kumwamba ndi dziko lapansi.
14 “ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
“Sonkhanani pamodzi inu nonse ndipo mvetserani: Ndani mwa mafano anu amene analoseratu za zinthu izi? Wokondedwa wa Yehova uja adzachita zomwe Iye anakonzera Babuloni; dzanja lake lidzalimbana ndi Kaldeya.
15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
Ine, Inetu, ndayankhula; ndi kumuyitana ndidzamubweretsa ndine ndipo adzakwaniritsa zolinga zake.
16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
“Bwerani pafupi ndipo mvetserani izi: “Kuyambira pachiyambi sindinayankhule mobisa; pa nthawi imene zinkachitika zimenezi Ine ndinali pomwepo.” Ndipo tsopano Ambuye Yehova wandipatsa Mzimu wake ndi kundituma.
17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Yehova, Mpulumutsi wanu, Woyerayo wa Israeli akuti, “Ine ndine Yehova Mulungu wanu, amene ndimakuphunzitsa kuti upindule, ndimakutsogolera pa njira yoyenera kuyitsata.
18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
Ngati iwe ukanangosamalira zolamulira zanga, bwenzi mtendere wako ukanakhala ngati mtsinje, ndi chipulumutso chako ngati mafunde a pa nyanja.
19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
Zidzukulu zako zikanachuluka ngati mchenga, ana ako akanachuluka ngati fumbi; dzina lawo silikanachotsedwa pamaso panga ndipo silikanafafanizidwa konse.”
20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
Tulukani mʼdziko la Babuloni! Thawani dziko la Kaldeya! Lengezani zimenezi ndi mawu a chisangalalo ndipo muzilalikire mpaka kumathero a dziko lapansi; muzinena kuti, “Yehova wawombola Yakobo mtumiki wake.”
21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
Iwo sanamve ludzu pamene Yehova ankawatsogolera mʼchipululu; anawapatsa madzi otuluka mʼthanthwe; anangʼamba thanthwelo ndipo munatuluka madzi.
22 ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”
“Palibe mtendere kwa anthu ochimwa,” akutero Yehova.