< ଯିଶାଇୟ 48 >

1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
שִׁמְעוּ־זֹ֣את בֵּֽית־יַעֲקֹ֗ב הַנִּקְרָאִים֙ בְּשֵׁ֣ם יִשְׂרָאֵ֔ל וּמִמֵּ֥י יְהוּדָ֖ה יָצָ֑אוּ הַֽנִּשְׁבָּעִ֣ים ׀ בְּשֵׁ֣ם יְהוָ֗ה וּבֵאלֹהֵ֤י יִשְׂרָאֵל֙ יַזְכִּ֔ירוּ לֹ֥א בֶאֱמֶ֖ת וְלֹ֥א בִצְדָקָֽה׃
2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
כִּֽי־מֵעִ֤יר הַקֹּ֙דֶשׁ֙ נִקְרָ֔אוּ וְעַל־אֱלֹהֵ֥י יִשְׂרָאֵ֖ל נִסְמָ֑כוּ יְהוָ֥ה צְבָא֖וֹת שְׁמֽוֹ׃ ס
3 “ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।
הָרִֽאשֹׁנוֹת֙ מֵאָ֣ז הִגַּ֔דְתִּי וּמִפִּ֥י יָצְא֖וּ וְאַשְׁמִיעֵ֑ם פִּתְאֹ֥ם עָשִׂ֖יתִי וַתָּבֹֽאנָה׃
4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
מִדַּעְתִּ֕י כִּ֥י קָשֶׁ֖ה אָ֑תָּה וְגִ֤יד בַּרְזֶל֙ עָרְפֶּ֔ךָ וּמִצְחֲךָ֖ נְחוּשָֽׁה׃
5 ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।
וָאַגִּ֤יד לְךָ֙ מֵאָ֔ז בְּטֶ֥רֶם תָּב֖וֹא הִשְׁמַעְתִּ֑יךָ פֶּן־תֹּאמַר֙ עָצְבִּ֣י עָשָׂ֔ם וּפִסְלִ֥י וְנִסְכִּ֖י צִוָּֽם׃
6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
שָׁמַ֤עְתָּֽ חֲזֵה֙ כֻּלָּ֔הּ וְאַתֶּ֖ם הֲל֣וֹא תַגִּ֑ידוּ הִשְׁמַעְתִּ֤יךָ חֲדָשׁוֹת֙ מֵעַ֔תָּה וּנְצֻר֖וֹת וְלֹ֥א יְדַעְתָּֽם׃
7 ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
עַתָּ֤ה נִבְרְאוּ֙ וְלֹ֣א מֵאָ֔ז וְלִפְנֵי־י֖וֹם וְלֹ֣א שְׁמַעְתָּ֑ם פֶּן־תֹּאמַ֖ר הִנֵּ֥ה יְדַעְתִּֽין׃
8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
גַּ֣ם לֹֽא־שָׁמַ֗עְתָּ גַּ֚ם לֹ֣א יָדַ֔עְתָּ גַּ֕ם מֵאָ֖ז לֹא־פִתְּחָ֣ה אָזְנֶ֑ךָ כִּ֤י יָדַ֙עְתִּי֙ בָּג֣וֹד תִּבְגּ֔וֹד וּפֹשֵׁ֥עַ מִבֶּ֖טֶן קֹ֥רָא לָֽךְ׃
9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
לְמַ֤עַן שְׁמִי֙ אַאֲרִ֣יךְ אַפִּ֔י וּתְהִלָּתִ֖י אֶחֱטָם־לָ֑ךְ לְבִלְתִּ֖י הַכְרִיתֶֽךָ׃
10 ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
הִנֵּ֥ה צְרַפְתִּ֖יךָ וְלֹ֣א בְכָ֑סֶף בְּחַרְתִּ֖יךָ בְּכ֥וּר עֹֽנִי׃
11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
לְמַעֲנִ֧י לְמַעֲנִ֛י אֶעֱשֶׂ֖ה כִּ֣י אֵ֣יךְ יֵחָ֑ל וּכְבוֹדִ֖י לְאַחֵ֥ר לֹֽא־אֶתֵּֽן׃ ס
12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
שְׁמַ֤ע אֵלַי֙ יַֽעֲקֹ֔ב וְיִשְׂרָאֵ֖ל מְקֹרָאִ֑י אֲנִי־הוּא֙ אֲנִ֣י רִאשׁ֔וֹן אַ֖ף אֲנִ֥י אַחֲרֽוֹן׃
13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
אַף־יָדִי֙ יָ֣סְדָה אֶ֔רֶץ וִֽימִינִ֖י טִפְּחָ֣ה שָׁמָ֑יִם קֹרֵ֥א אֲנִ֛י אֲלֵיהֶ֖ם יַעַמְד֥וּ יַחְדָּֽו׃
14 “ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
הִקָּבְצ֤וּ כֻלְּכֶם֙ וּֽשֲׁמָ֔עוּ מִ֥י בָהֶ֖ם הִגִּ֣יד אֶת־אֵ֑לֶּה יְהוָ֣ה אֲהֵב֔וֹ יַעֲשֶׂ֤ה חֶפְצוֹ֙ בְּבָבֶ֔ל וּזְרֹע֖וֹ כַּשְׂדִּֽים׃
15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
אֲנִ֥י אֲנִ֛י דִּבַּ֖רְתִּי אַף־קְרָאתִ֑יו הֲבִיאֹתִ֖יו וְהִצְלִ֥יחַ דַּרְכּֽוֹ׃
16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
קִרְב֧וּ אֵלַ֣י שִׁמְעוּ־זֹ֗את לֹ֤א מֵרֹאשׁ֙ בַּסֵּ֣תֶר דִּבַּ֔רְתִּי מֵעֵ֥ת הֱיוֹתָ֖הּ שָׁ֣ם אָ֑נִי וְעַתָּ֗ה אֲדֹנָ֧י יְהוִ֛ה שְׁלָחַ֖נִי וְרוּחֽוֹ׃ פ
17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
כֹּֽה־אָמַ֧ר יְהוָ֛ה גֹּאַלְךָ֖ קְד֣וֹשׁ יִשְׂרָאֵ֑ל אֲנִ֨י יְהוָ֤ה אֱלֹהֶ֙יךָ֙ מְלַמֶּדְךָ֣ לְהוֹעִ֔יל מַדְרִֽיכֲךָ֖ בְּדֶ֥רֶךְ תֵּלֵֽךְ׃
18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
ל֥וּא הִקְשַׁ֖בְתָּ לְמִצְוֺתָ֑י וַיְהִ֤י כַנָּהָר֙ שְׁלוֹמֶ֔ךָ וְצִדְקָתְךָ֖ כְּגַלֵּ֥י הַיָּֽם׃
19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
וַיְהִ֤י כַחוֹל֙ זַרְעֶ֔ךָ וְצֶאֱצָאֵ֥י מֵעֶ֖יךָ כִּמְעֹתָ֑יו לֹֽא־יִכָּרֵ֧ת וְֽלֹא־יִשָּׁמֵ֛ד שְׁמ֖וֹ מִלְּפָנָֽי׃
20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
צְא֣וּ מִבָּבֶל֮ בִּרְח֣וּ מִכַּשְׂדִּים֒ בְּק֣וֹל רִנָּ֗ה הַגִּ֤ידוּ הַשְׁמִ֙יעוּ֙ זֹ֔את הוֹצִיא֖וּהָ עַד־קְצֵ֣ה הָאָ֑רֶץ אִמְר֕וּ גָּאַ֥ל יְהוָ֖ה עַבְדּ֥וֹ יַעֲקֹֽב׃
21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
וְלֹ֣א צָמְא֗וּ בָּחֳרָבוֹת֙ הֽוֹלִיכָ֔ם מַ֥יִם מִצּ֖וּר הִזִּ֣יל לָ֑מוֹ וַיִּ֨בְקַע־צ֔וּר וַיָּזֻ֖בוּ מָֽיִם׃
22 ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”
אֵ֣ין שָׁל֔וֹם אָמַ֥ר יְהוָ֖ה לָרְשָׁעִֽים׃ ס

< ଯିଶାଇୟ 48 >