< ଯିଶାଇୟ 49 >

1 ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Escúchenme, costas, y atiendan, pueblos lejanos. Yavé me llamó desde el vientre. Desde los órganos internos de mi madre tuvo en mente mi nombre.
2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Hizo de mi boca una espada afilada. Me cubrió con la sombra de su mano. Hizo de mí una flecha aguda. Me guardó en su caja portátil para flechas
3 ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
y me dijo: Israel, tú eres mi esclavo. En ti me glorificaré.
4 ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”
Pero yo dije: En vano me fatigué. En vano y sin provecho gasté mis fuerzas. Pero mi causa está delante de Yavé y mi recompensa está con mi ʼElohim.
5 ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି);
Ahora pues, Yavé, Quien me formó desde el vientre como esclavo suyo para que le devuelva a Jacob a fin de que se reúna a Él, porque soy estimado ante los ojos de Yavé, y mi ʼElohim, Quien es mi fuerza,
6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
dice: Poca cosa es que tú seas mi esclavo para levantar a las tribus de Jacob y restaurar el remanente de Israel. También te designo como luz de los gentiles para que mi salvación llegue hasta el confín de la tierra.
7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Yavé, el Redentor y el Santo de Israel al despreciado por los hombres, al repugnado por los gentiles, al esclavo de los tiranos, dice: Lo verán reyes y se levantarán gobernantes, y adorarán a Yavé, porque fiel es el Santo de Israel, Quien te escogió.
8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Yavé dice: Te respondí en tiempo favorable. Te ayudé en el día de salvación. Te guardaré y te daré como Pacto al pueblo para que restaures la tierra con el propósito de que posean las heredades desoladas,
9 ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
para que digas a los cautivos: ¡Salgan! Y a los que están en la oscuridad: ¡Muéstrense! En los caminos serán apacentados, y en todas las cumbres tendrán pastos.
10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
No tendrán hambre ni sed, ni los golpeará el calor ni el sol, porque el que se compadece de ellos los conduce y los guía a manantiales de aguas.
11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।
Convertiré todas mis montañas en camino, y mis calzadas serán niveladas.
12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”
¡Miren! Éstos vendrán de lejos. ¡Miren! Éstos [vendrán] del norte, del occidente y de la tierra de Sinim.
13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
¡Canten de júbilo, oh cielos! ¡Alégrate, oh tierra! ¡Prorrumpan en alabanzas, oh montañas! Porque Yavé consoló a su pueblo, y se compadeció de sus afligidos.
14 ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”
Sion decía: Yavé me abandonó. ʼAdonay se olvidó de mí.
15 “ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
¿Se olvidará una madre de lo que dio a luz? ¿Dejará de compadecerse del hijo de su vientre? Aunque éstas se olviden, Yo no te olvidaré.
16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
Te tengo grabada en las palmas de mis manos. Tus muros están siempre delante de Mí.
17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
Tus edificadores vendrán aprisa, y tus destructores y tus asoladores se alejarán de ti.
18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”
Levanta tus ojos alrededor y mira: Todos ellos se reunieron y vinieron a ti. ¡Vivo Yo, dice Yavé, que ciertamente te los pondrás a todos ellos como joyas y te adornarás con ellos como una novia!
19 କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
Porque tu tierra devastada, arruinada y desolada, ahora será estrecha para tus habitantes. Tus destructores estarán lejos.
20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’
Los hijos que perdiste te dirán: Para mí es estrecho este lugar. Déjame espacio para que yo viva.
21 ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”
Entonces te preguntarás: ¿Quién me dio a luz a éstos? Yo estaba sin hijos y era estéril. ¿Quién me los crió? Yo me quedé sola. ¿Dónde estaban éstos?
22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
Yavé dice: Ciertamente hago seña a las naciones con mi mano. Alzo mi estandarte a los pueblos para que traigan a tus hijos en brazos y tus hijas sean llevadas al hombro.
23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”
Reyes serán tus tutores, princesas, tus madres de crianza. Te darán homenaje rostro en tierra y lamerán el polvo de tus pies. Sabrás que Yo soy Yavé, y que los que esperan en Mí no serán avergonzados.
24 ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?
¿El botín le será arrebatado al valiente? ¿Serán rescatados los cautivos del tirano?
25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Yavé dice: Ciertamente el cautivo será quitado del valiente y el botín será arrebatado del tirano. Yo defenderé tu causa y salvaré a tus hijos.
26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Daré orden a tus opresores para que coman su propia carne, y se embriaguen con su propia sangre como con vino. Todo humano sabrá que Yo soy Yavé tu Salvador y que tu Redentor es el Fuerte de Jacob.

< ଯିଶାଇୟ 49 >