< ଯିଶାଇୟ 50 >
1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
ヱホバかくいひ給ふ わがなんぢらの母をさりたる離書はいづこにありや 我いづれの債主になんぢらを賣わたししや 視よなんぢらはその不義のために賣られ なんぢらの母は汝らの咎戻のために去られたり
2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
わがきたりし時なにゆゑ一人もをらざりしや 我よびしとき何故ひとりも答ふるものなかりしや わが手みぢかくして贖ひえざるか われ救ふべき力なからんや 視よわれ叱咤すれば海はかれ河はあれのとなりそのなかの魚は水なきによりかわき死て臭氣をいだすなり
3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
われ黑きころもを天にきせ麁布をもて蔽となす
4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
主ヱホバは敎をうけしものの舌をわれにあたへ言をもて疲れたるものを扶支ふることを知得しめたまふ また朝ごとに醒しわが耳をさまして敎をうけし者のごとく聞ことを得しめたまふ
5 ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
主ヱホバわが耳をひらき給へり われは逆ふことをせず退くことをせざりき
6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
われを撻つものにわが背をまかせわが鬚をぬくものにわが頬をまかせ 恥と唾とをさくるために面をおほふことをせざりき
7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
主ヱホバわれを助けたまはん この故にわれ恥ることなかるべし 我わが面を石の如くして恥しめらるることなきを知る
8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।
われを義とするもの近きにあり たれか我とあらそはんや われら相共にたつべし わが仇はたれぞや近づききたれ
9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
主ヱホバわれを助け給はん 誰かわれを罪せんや 視よかれらはみな衣のごとくふるび蠧のためにくひつくされん
10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
汝等のうちヱホバをおそれその僕の聲をきくものは誰ぞや 暗をあゆみて光をえざるともヱホバの名をたのみおのれの神にたよれ
11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
火をおこし火把を帶るものよ汝等みなその火のほのほのなかをあゆめ 又なんぢらの燃したる火把のなかをあゆめ なんぢら斯のごとき事をわが手よりうけて悲みのうちに臥べし