< ଯିଶାଇୟ 51 >

1 “ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
OIDME, los que seguís justicia, los que buscáis á Jehová: mirad á la piedra de donde fuisteis cortados, y á la caverna de la fosa de donde fuisteis arrancados.
2 ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Mirad á Abraham vuestro padre, y á Sara que os parió; porque solo lo llamé, y bendíjelo, y multipliquélo.
3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Ciertamente consolará Jehová á Sión: consolará todas sus soledades, y tornará su desierto como paraíso, y su soledad como huerto de Jehová: hallarse ha en ella alegría y gozo, alabanza y voz de cantar.
4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Estad atentos á mí, pueblo mío, y oidme, nación mía; porque de mí saldrá la ley, y mi juicio descubriré para luz de pueblos.
5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Cercana está mi justicia, salido ha mi salud, y mis brazos juzgarán á los pueblos: á mí esperarán las islas, y en mi brazo pondrán su esperanza.
6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Alzad á los cielos vuestros ojos, y mirad abajo á la tierra: porque los cielos serán deshechos como humo, y la tierra se envejecerá como ropa de vestir, y de la misma manera perecerán sus moradores: mas mi salud será para siempre, mi justicia no perecerá.
7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।
Oidme, los que conocéis justicia, pueblo en cuyo corazón está mi ley. No temáis afrenta de hombre, ni desmayéis por sus denuestos.
8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
Porque como á vestidura los comerá polilla, como á lana los comerá gusano; mas mi justicia permanecerá perpetuamente, y mi salud por siglos de siglos.
9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?
Despiértate, despiértate, vístete de fortaleza, oh brazo de Jehová; despiértate como en el tiempo antiguo, en los siglos pasados. ¿No eres tú el que cortó á Rahab, [y] el que hirió al dragón?
10 ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
¿No eres tú el que secó la mar, las aguas del grande abismo; el que al profundo de la mar tornó en camino, para que pasasen los redimidos?
11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Cierto, tornarán los redimidos de Jehová, volverán á Sión cantando, y gozo perpetuo será sobre sus cabezas: poseerán gozo y alegría, y el dolor y el gemido huirán.
12 “ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Yo, yo soy vuestro consolador. ¿Quién eres tú para que tengas temor del hombre, que es mortal, del hijo del hombre, que por heno será contado?
13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
Y haste ya olvidado de Jehová tu Hacedor, que extendió los cielos y fundó la tierra; y todo el día temiste continuamente del furor del que aflige, cuando se disponía para destruir: mas ¿en dónde está el furor del que aflige?
14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
El preso se da prisa para ser suelto, por no morir en la mazmorra, ni que le falte su pan.
15 କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Empero yo Jehová, que parto la mar, y suenan sus ondas, soy tu Dios, cuyo nombre es Jehová de los ejércitos.
16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”
Y en tu boca he puesto mis palabras, y con la sombra de mi mano te cubrí, para que plantase los cielos y fundase la tierra, y que dijese á Sión: Pueblo mío eres tú.
17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Despierta, despierta, levántate, oh Jerusalem, que bebiste de la mano de Jehová el cáliz de su furor; las heces del cáliz de aturdimiento bebiste, y chupaste.
18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
De todos los hijos que parió, no hay quien la gobierne; ni quien la tome por su mano de todos los hijos que crió.
19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?
Estas dos cosas te han acaecido; ¿quién se dolerá de ti? asolamiento y quebrantamiento, hambre y espada. ¿Quién te consolará?
20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
Tus hijos desmayaron, estuvieron tendidos en las encrucijadas de todos los caminos, como buey montaraz en la red, llenos del furor de Jehová, de la ira del Dios tuyo.
21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Oye pues ahora esto, miserable, ebria, y no de vino:
22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
Así dijo tu Señor Jehová, y tu Dios, el cual pleitea por su pueblo: He aquí he quitado de tu mano el cáliz de aturdimiento, la hez del cáliz de mi furor; nunca más lo beberás:
23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
Y ponerlo he en mano de tus angustiadores, que dijeron á tu alma: Encórvate, y pasaremos. Y tú pusiste tu cuerpo como tierra, y como camino, á los que pasan.

< ଯିଶାଇୟ 51 >