< ଯିଶାଇୟ 53 >

1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
Qui a cru à ce que nous avons fait entendre, et à qui le bras de l’Éternel a-t-il été révélé?
2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Il montera devant lui comme un rejeton, et comme une racine [sortant] d’une terre aride. Il n’a ni forme, ni éclat; quand nous le voyons, il n’y a point d’apparence [en lui] pour nous le faire désirer.
3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Il est méprisé et délaissé des hommes, homme de douleurs, et sachant ce que c’est que la langueur, et comme quelqu’un de qui on cache sa face; il est méprisé, et nous n’avons eu pour lui aucune estime.
4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Certainement, lui, a porté nos langueurs, et s’est chargé de nos douleurs; et nous, nous l’avons estimé battu, frappé de Dieu, et affligé;
5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
mais il a été blessé pour nos transgressions, il a été meurtri pour nos iniquités; le châtiment de notre paix a été sur lui, et par ses meurtrissures nous sommes guéris.
6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Nous avons tous été errants comme des brebis, nous nous sommes tournés chacun vers son propre chemin, et l’Éternel a fait tomber sur lui l’iniquité de nous tous.
7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
Il a été opprimé et affligé, et il n’a pas ouvert sa bouche. Il a été amené comme un agneau à la boucherie, et a été comme une brebis muette devant ceux qui la tondent; et il n’a pas ouvert sa bouche.
8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
Il est ôté de l’angoisse et du jugement; et sa génération, qui la racontera? Car il a été retranché de la terre des vivants; à cause de la transgression de mon peuple, lui, a été frappé.
9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
Et on lui donna son sépulcre avec les méchants; mais il a été avec le riche dans sa mort, parce qu’il n’avait fait aucune violence, et qu’il n’y avait pas de fraude dans sa bouche.
10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Mais il plut à l’Éternel de le meurtrir; il l’a soumis à la souffrance. S’il livre son âme en sacrifice pour le péché, il verra une semence; il prolongera ses jours, et le plaisir de l’Éternel prospérera en sa main.
11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Il verra [du fruit] du travail de son âme, [et] sera satisfait. Par sa connaissance mon serviteur juste enseignera la justice à plusieurs, et lui, il portera leurs iniquités.
12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
C’est pourquoi je lui assignerai une part avec les grands, et il partagera le butin avec les forts, parce qu’il aura livré son âme à la mort, et qu’il aura été compté parmi les transgresseurs, et qu’il a porté le péché de plusieurs, et qu’il a intercédé pour les transgresseurs.

< ଯିଶାଇୟ 53 >