< ଯିଶାଇୟ 53 >
1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
Ni nani angeweza kuamini tuliyasikia? Na mkono wa Yahwe, kwake uliojidhihirisha?
2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Maana amekuwa mbele za Yahwe kama sampuli, na kama chipukizikatika aridhi kavu; hakuna maajabu yalionekana au mapambo; tulipo muona yeye, hapakuwa na uzuri kutuvutia sisi.
3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Alidharauliwa na kukataliwa na watu; mtu wa huzuni, na mwenye maumivu. Kama mmoja aliyetoka kwa watu wafichao nyuso zao, alidharauliwa; na kujfikiria kuwa asiye na faida.
4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Lakini hakika amezaliwa ugonjwa wetu na kubeba huzuni yetu; tulidhani aliadhibiwa na Mungu, amepigwa na Mungu, na kutaabishwa.
5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
Lakini alichomwa kwa sababu ya uaasi wa matendo yetu; aliangamizwa kwa sababu ya dhambi zetu. Adhabu ya amani yetu ilikuwa juu yake, na kwa majeraha yake sisi tumepona.
6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Sisi ni kama kondoo tumepotoka; kila mmoja amejeuka katika njia yake, na Yahwe amemueka juu yake maovu kwetu sisi sote.
7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
Aliteswa; lakini alinyenyekea mwenyewe, hakufungua mdomo wake; kama kondooendae kuchinjwa, na kama kondoo mbele ya mtu anayemkata mnyoa yake taratibu, hivyo hakufungua mdomo wake.
8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
Kwa kutumia nguvu na hukumu yeye aliyelaaniwa; ni katika kizazi hicho atafikiria zaidi kuhusu yeye? Lakini aliondolewa katika aridhi ya walio hai; kwa sababu ya makosa ya watu wangu na adhabu ilikuwa juu yake.
9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
Wameliweka kaburi lake pamoja nawahalifu, kwa utajiri wa mtu katika kifo chake ingawa hakuwa na vurugu wala udanganyifu wowote katika mdomo wake.
10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Lakini yalikuwa ni mapenzi ya Yahwe kumponda yeye na kumfanya yeye apone. Alipoyafanya maisha yake kuwa sadaka kwa ajili ya dhambi, ataona watoto wake, ataongeza siku zao, na mapenzi ya Yahwe yatatimizwa kupitia yeye.
11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Baada ya mateso ya maisha yake, ataona mwanga na ataridhika kwa maarifa yake.
12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Hivyo basi Je ninaweza kumpa yeye sehemu yake miongoni mwa wengi, naye atatawnya mateka kwa wengi, kwa sabubu amejionyesha yeye mwenye kwenye kifo na amehesabiwa na wahalifu. Amezaa dhambi za wengi na kufanya maombolezo kwa wahalifu.