< ଯିଶାଇୟ 54 >

1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
“Shout for joy, O barren woman, who bears no children; break forth in song and cry aloud, you who have never travailed; because more are the children of the desolate woman than of her who has a husband,”
2 ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
“Enlarge the site of your tent, stretch out the curtains of your dwellings, do not hold back. Lengthen your ropes and drive your stakes in deep.
3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
For you will spread out to the right and left; your descendants will dispossess the nations and inhabit the desolate cities.
4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Do not be afraid, for you will not be put to shame; do not be intimidated, for you will not be humiliated. For you will forget the shame of your youth and will remember no more the reproach of your widowhood.
5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
For your husband is your Maker— the LORD of Hosts is His name— the Holy One of Israel is your Redeemer; He is called the God of all the earth.
6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
For the LORD has called you back, like a wife deserted and wounded in spirit, like the rejected wife of one’s youth,” says your God.
7 ଆମ୍ଭେ ଅଳ୍ପକ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।
“For a brief moment I forsook you, but with great compassion I will bring you back.
8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
In a surge of anger I hid My face from you for a moment, but with everlasting kindness I will have compassion on you,” says the LORD your Redeemer.
9 କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
“For to Me this is like the days of Noah, when I swore that the waters of Noah would never again cover the earth. So I have sworn that I will not be angry with you or rebuke you.
10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
Though the mountains may be removed and the hills may be shaken, My loving devotion will not depart from you, and My covenant of peace will not be broken,” says the LORD, who has compassion on you.
11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
“O afflicted city, lashed by storms, without solace, surely I will set your stones in antimony and lay your foundations with sapphires.
12 ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।
I will make your pinnacles of rubies, your gates of sparkling jewels, and all your walls of precious stones.
13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Then all your sons will be taught by the LORD, and great will be their prosperity.
14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
In righteousness you will be established, far from oppression, for you will have no fear. Terror will be far removed, for it will not come near you.
15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
If anyone attacks you, it is not from Me; whoever assails you will fall before you.
16 ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
Behold, I have created the craftsman who fans the coals into flame and forges a weapon fit for its task; and I have created the destroyer to wreak havoc.
17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
No weapon formed against you shall prosper, and you will refute every tongue that accuses you. This is the heritage of the servants of the LORD, and their vindication is from Me,”

< ଯିଶାଇୟ 54 >

A Dove is Sent Forth from the Ark
A Dove is Sent Forth from the Ark