< ଯିଶାଇୟ 55 >

1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
啊!凡口渴的,請到水泉來!那沒有錢的,也請來罷!請來買不花錢,不索值的酒和奶吃!
2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
你們為什麼為那些不能充食的東西花錢,為那些不足果腹的東西浪費薪金呢﹖你們若細心聽我,你們就能吃豐美的食物,你們的心靈必因脂膏而喜悅。
3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
你們如側耳,走近我前來聽,你們必將獲得生命;我要與你們訂立一項永久的盟約,即誓許於達味的慈惠。
4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।
看,我立了你為萬民的證人,為列國的領袖與主宰。
5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
看哪!你要召見你不認識的民族,不曾認識你的民族也要奔向你;這都是為了上主你的天主,為了那光榮了你的以色列的聖者的緣故。
6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
趁上主可找到的時候,你們應尋找他;趁他在近處的時候,你們應呼求他。
7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
罪人應離開自己的行徑,惡人該拋棄自己的思念,來歸附上主,好讓上主憐憫他;來歸附我們的天主,因為他是富於仁慈的。
8 ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
因為我的思念不是你們的思念,你們的行徑也不是我的行徑:上主的斷語。
9 କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
就如天離地有多高,我的行徑離你們的行徑,我的思念離你們的思念也有多高。
10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
譬如雨和雪從天降下,不再返回原處,只有灌溉田地,使之生長萌芽,償還播種者種子,供給吃飯者食糧;
11 ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
同樣,從我口中發出的言語,不能空空地回到我這裏來;反之,它必實行我的旨意,完成我派遣它的使命。
12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
的確,你們必要喜歡地出來,平安地為上主所引導,高山丘陵必在你們面前高呼歡騰,田間所有的樹木必要鼓掌。
13 କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”
松柏要長起來代替荊棘,桃金娘要生出來代替苧麻:這將為上主留名,作為一座不能磨滅的永久紀念碑。

< ଯିଶାଇୟ 55 >