< ଯିଶାଇୟ 56 >
1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
Yahwe asema hivi, ''Fanyeni yaliyo sahihi, fanyeni yaliyo ya haki; maana wakovu wangu u karibu, na haki yangu inakaribia kujidhihirisha.
2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
Abarikiwe mtu yule ataendae haya, anayeyashika sana. Anaifuata sabato, na haitii unajisi, azuiaye mkono wake usitende maovu.''
3 “ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
Usimuache mgeni yeyote aliyekuwa mfuasi wa Yahwe aseme, ''Yahwe atahakikisha ananiondoa kwa watu wake.'' Toashi ataweza kusema, ''tazama, mimi ni mti mkavu.''
4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”
Yahwe asema hivi, kwa matoashi wanaoitimiza sabato yangu huchagua mambo yanayonipendeza mimi, na hushika kwanza agano langu,
5 “ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।
kwao nitaiweka nyumba yangu na ndani ya kuta zangu kumbukumbu ambayo ni kubwa kuliko kuwa na vijana na mabinti. Nitawapa kumbumbu ya milele ambalo halitaondolewa.
6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Pia wageni ambao wataungana wenyewe kwa Yahwe- kwa ajili ya kumtumikia yeye, na yeye alipendae jina la Yahwe, kumuabudu yeye, na kila anayeheshimu sabato na wale wanoitunza isitiwe najisi, na wale walishikao agano langu
7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
nitawaleta katika mlima wangu mtakatifu na kuwafaya muwe na furaha katika nyumba yangu ya maombi; matoleo na sadaka zenu zitakubalika katika mathebau yangu. Maana nyumba yangu itaitwa nyumba ya maombi kwa mataifa yote.
8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
Hili ni tamko la Yahwe, anayewakusanya watu wenye ukiwa katika Israeli- nitaendelea kuwakusanya wenginwe ili kuwaongeza wao.''
9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
Enyi nyote wanyama pori mlioko porini, njooni na mle, enyi wanyama mlioko msituni, Walinzi wao wote ni vipofu, hawaelewi.
10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।
Wote ni mbwa wapole ambao hawawezi kubweka. Wanaota, na wanalala chini maana wanapenda kulala.
11 ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Mbwa wanahamu kubwa; hawajawahi kuridhika; wachungaji wao hawawatambui; wamejeuka katika njia zao wenyewe, kila mmoja ana tamaa kupata faida isiyo yaa haki.
12 ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
''Njooni, ''Tunywe mvinyo na pombe. Kesho itakuwa kama leo, siku kubwa zaidi ya kipimo.''