< ଯିଶାଇୟ 58 >

1 “ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Wołaj donośnie, nie wstrzymuj się, podnoś swój głos jak trąba i oznajmij mojemu ludowi ich przestępstwa, a domowi Jakuba ich grzechy.
2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Mimo że szukają mnie każdego dnia i chcą poznać moje drogi, niczym naród, który czyni sprawiedliwość i nie opuszcza sądu swego Boga. Pytają mnie o sądy sprawiedliwości i pragną zbliżyć się do Boga, mówiąc:
3 ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Czemu pościmy, a tego nie widzisz? Czemu trapimy nasze dusze, a [tego] nie zauważasz? Oto w dzień waszego postu wykonujecie swoją wolę i żądacie wykonywania wszystkich prac.
4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
Oto pościcie dla kłótni i sporów i aby bić niegodziwą pięścią. Nie pośćcie tak, jak [robicie] dzisiaj, aby wasz głos był słyszany w górze.
5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
Czy to jest ten post, który wybrałem, dzień, w którym człowiek trapi swoją duszę, żeby zwiesić swoją głowę jak sitowie i słać sobie posłanie z wora i popiołu? Czyż to nazwiesz postem i dniem przyjemnym dla PANA?
6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Czy nie to jest tym postem, który wybrałem: rozerwać więzy niegodziwości, rozwiązać ciężkie brzemiona, puścić wolno uciśnionych i połamać wszelkie jarzmo;
7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
Dzielić swój chleb z głodnym i ubogich wygnańców wprowadzić do swego domu, a widząc nagiego, przyodziać go i nie ukrywać się przed nikim, kto jest twoim ciałem?
8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।
Wtedy twoje światło zabłyśnie jak poranna zorza i twoje zdrowie szybko zakwitnie. Twoja sprawiedliwość pójdzie przed tobą i chwała PANA będzie za tobą.
9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
Wtedy będziesz wzywał, a PAN wysłucha; zawołasz, a odpowie: Oto jestem. Jeśli usuniesz spośród siebie jarzmo, przestaniesz wytykać palcem i mówić nieprawości;
10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Jeśli otworzysz swoją duszę głodnemu i nasycisz duszę utrapioną, wtedy twoje światło wzejdzie wśród ciemności, a twój zmierzch będzie jak południe.
11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
I PAN nieustannie będzie cię prowadził i nasyci twoją duszę w czasie suszy, i utuczy twoje kości. I będziesz jak nawodniony ogród i jak źródło wody, którego wody nie ustają.
12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।
Twoi potomni odbudują starodawne ruiny, wzniesiesz fundamenty wielu pokoleń i nazwą cię naprawcą wyłomów i odnowicielem ścieżek na zamieszkanie.
13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
Jeśli powstrzymasz swoją nogę od przekraczania szabatu, aby nie wykonać swojej woli w moim świętym dniu; jeśli nazwiesz szabat rozkoszą, [dzień] święty PANA – szanownym; jeśli go uczcisz, nie czyniąc swoich spraw ani nie wykonując swojej woli, ani nie mówiąc słowa próżnego;
14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”
Wtedy będziesz rozkoszował się PANEM, a wprowadzę cię na wysokie miejsca ziemi i nakarmię cię dziedzictwem Jakuba, twego ojca. Tak bowiem powiedziały usta PANA.

< ଯିଶାଇୟ 58 >