< ଯିଶାଇୟ 6 >

1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
در سالی که عزیا پادشاه مرد، خداوند رادیدم که بر کرسی بلند و عالی نشسته بود، و هیکل از دامنهای وی پر بود.۱
2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
و سرافین بالای آن ایستاده بودند که هر یک از آنها شش بال داشت، و با دو از آنها روی خود را می‌پوشانید و بادو پایهای خود را می‌پوشانید و با دو پروازمی نمود.۲
3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
و یکی دیگری را صدا زده، می‌گفت: «قدوس قدوس قدوس یهوه صبایوت، تمامی زمین از جلال او مملو است.»۳
4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
و اساس آستانه ازآواز او که صدا می‌زد می‌لرزید و خانه از دود پرشد.۴
5 ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”
پس گفتم: «وای بر من که هلاک شده‌ام زیراکه مرد ناپاک لب هستم و در میان قوم ناپاک لب ساکنم و چشمانم یهوه صبایوت پادشاه را دیده است.»۵
6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;
آنگاه یکی از سرافین نزد من پرید و در دست خود اخگری که با انبر از روی مذبح گرفته بود، داشت.۶
7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
و آن را بر دهانم گذارده، گفت که «اینک این لبهایت را لمس کرده است و عصیانت رفع شده و گناهت کفاره گشته است.»۷
8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
آنگاه آواز خداوند را شنیدم که می‌گفت: «که را بفرستم و کیست که برای ما برود؟» گفتم: «لبیک مرا بفرست.»۸
9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
گفت: «برو و به این قوم بگو البته خواهید شنید، اما نخواهید فهمید و هرآینه خواهید نگریست اما درک نخواهید کرد.۹
10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
دل این قوم را فربه ساز و گوشهای ایشان را سنگین نما و چشمان ایشان را ببند، مبادا با چشمان خودببینند و با گوشهای خود بشنوند و با دل خود بفهمند و بازگشت نموده، شفا یابند.»۱۰
11 ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
پس من گفتم: «ای خداوند تا به کی؟» او گفت: «تا وقتی که شهرها ویران گشته، غیر مسکون باشد و خانه هابدون آدمی و زمین خراب و ویران شود.۱۱
12 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
وخداوند مردمان را دور کند و در میان زمین خرابیهای بسیار شود.۱۲
13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”
اما باز عشری در آن خواهد بود و آن نیز بار دیگر تلف خواهد گردیدمثل درخت بلوط و چنار که چون قطع می‌شودکنده آنها باقی می‌ماند، همچنان ذریت مقدس کنده آن خواهد بود.»۱۳

< ଯିଶାଇୟ 6 >