< ଯିଶାଇୟ 6 >
1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Nyakati zile za kifo cha mfalme Uzzia, nilimuona Bwana akiketi katika kiti cha cha enzi; alikuw juu na mahali palipo inuka, na pindo la vazi lake limejaa hekaluni.
2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
Juu yake kuna maserafi; kila moja lina mabwa sita; mawili yamefunika uso wake, na mawili yamefunika miguu yake, na mawili ya kurukia.
3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
Kila mmoja anaitana na mwenzake nakusema, ''Mtakakatifu, Mtakatifu, Mtakatifu. ni Yahwe wa majeshi! Dunia yote imejaa utukufu wake.''
4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
Misingi ya vizingiti imeshtuka kwa sauti ya mtu aliye nje, na njumba imejaa moshi.
5 ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”
Ndipo nikasema,'' Ole wangu'' ninastahili adhabu maan mimi ni mtu mwenye midomo michafu, na ninaishi na watu wenye midomo michafu, maana macho yangu yamemuona Mfalme, Yahwe, Yahwe wa majeshi.''
6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;
Ndipo mmoja wa maserafi akaruka juu yangu; mkononi mwake akiwa amebeba makaa ya mawe yanayong'aa, ameyachukuwa kwa koleo mathebauni.
7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”
Akaugusa mdomo wangu kwa makaa ya mawe na akasema, ''Ona, makaa ya mawe yameshika midomo yako; maovu yako yameondolewa, na dhambi zako zimelipiwa kwa hili.''
8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
Nilisikia sauti ya Bwana ikisema, Nimtume nani; nani ataenda kwa niaba yetu?'' Ndipo nikasema, Niko hapa; nitume mimi.''
9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
Akasema nenda na uwambie watu, ' mnasikiliza lakini hamelewi; anaona lakini hamuangalii. '
10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Nenda ufanye mioyo ya watu hawa kuwa migumu, na masikio yao kuwa mazito, na macho yao kuwa vipofu. Hivyo basi wanaweza kuona kwa macho yao, kusikia kwa masikioa yao, na kuelewa kwa mioyo yao wakajeuka na kuponjwa.
11 ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Ndipo nikasema, ''Bwana, mda gani?'' Akanijibu, mpaka mji itakapopata ajali na kuharibiwa na pasipo wakazi, na nyumba hazina watu, na nchi imeanguka katika ukiwa mtupu,
12 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେପର୍ଯ୍ୟନ୍ତ।
na mpaka pale Yahwe atakapo wapeleka watu mbali, na upweke wa nchi ni mkubwa.
13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”
Hata kama makumi ya watu watabaki kwenye nchi, itaharibiwa kwa mara nyingine kama mwaloni uliokatwa chini na shina lake likabaki, mbegu takatifu kwenye kisiki chake.''