< ଯିଶାଇୟ 60 >

1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
“Arise, shine; for your light has come, and the LORD’s glory has risen on you!
2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
For behold, darkness will cover the earth, and thick darkness the peoples; but the LORD will arise on you, and his glory shall be seen on you.
3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Nations will come to your light, and kings to the brightness of your rising.
4 ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
“Lift up your eyes all around, and see: they all gather themselves together. They come to you. Your sons will come from far away, and your daughters will be carried in arms.
5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Then you shall see and be radiant, and your heart will thrill and be enlarged; because the abundance of the sea will be turned to you. The wealth of the nations will come to you.
6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
A multitude of camels will cover you, the dromedaries of Midian and Ephah. All from Sheba will come. They will bring gold and frankincense, and will proclaim the praises of the LORD.
7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
All the flocks of Kedar will be gathered together to you. The rams of Nebaioth will serve you. They will be accepted as offerings on my altar; and I will beautify my glorious house.
8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
“Who are these who fly as a cloud, and as the doves to their windows?
9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Surely the islands will wait for me, and the ships of Tarshish first, to bring your sons from far away, their silver and their gold with them, for the name of the LORD your God, and for the Holy One of Israel, because he has glorified you.
10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
“Foreigners will build up your walls, and their kings will serve you; for in my wrath I struck you, but in my favor I have had mercy on you.
11 ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
Your gates also shall be open continually; they shall not be shut day nor night, that men may bring to you the wealth of the nations, and their kings led captive.
12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
For that nation and kingdom that will not serve you shall perish; yes, those nations shall be utterly wasted.
13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
“The glory of Lebanon shall come to you, the cypress tree, the pine, and the box tree together, to beautify the place of my sanctuary; and I will make the place of my feet glorious.
14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
The sons of those who afflicted you will come bowing to you; and all those who despised you will bow themselves down at the soles of your feet. They will call you the LORD’s City, the Zion of the Holy One of Israel.
15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
“Whereas you have been forsaken and hated, so that no one passed through you, I will make you an eternal excellency, a joy of many generations.
16 ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
You will also drink the milk of the nations, and will nurse from royal breasts. Then you will know that I, the LORD, am your Savior, your Redeemer, the Mighty One of Jacob.
17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
For bronze I will bring gold; for iron I will bring silver; for wood, bronze, and for stones, iron. I will also make peace your governor, and righteousness your ruler.
18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
Violence shall no more be heard in your land, nor desolation or destruction within your borders; but you will call your walls Salvation, and your gates Praise.
19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।
The sun will be no more your light by day, nor will the brightness of the moon give light to you, but the LORD will be your everlasting light, and your God will be your glory.
20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
Your sun will not go down any more, nor will your moon withdraw itself; for the LORD will be your everlasting light, and the days of your mourning will end.
21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Then your people will all be righteous. They will inherit the land forever, the branch of my planting, the work of my hands, that I may be glorified.
22 କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
The little one will become a thousand, and the small one a strong nation. I, the LORD, will do this quickly in its time.”

< ଯିଶାଇୟ 60 >