< ଯିଶାଇୟ 60 >

1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Nyanyuka, uangaze; maana mwanga wako umekuja, na utukufu wa Yahwe umekuja kwako.
2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
Japokuwa giza litatanda katika nchi, na giza nene katika mataifa; Lakini Yahwe atakuja juu yenu, na utukufu wake utaonekana kwenu.
3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Mataifa yatakuja kwenye mwanga wako, na wafalme katika mwanga wako mkali uliokuja
4 ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
Tazama na angalia pande zote. Wamekusanyika wao wenyewe kwa pamoja na wanakuja kwako. Watoto wako watatoka mbali, na binti zao watabebwa katika mikono yenu.
5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Halafu wataangalia na kuwa furaha, na moyo wako utafurahia na kufurika, maana wingi wa maji utamwagwa juu yenu, utajiri wa mataifa utakuja kwenu.
6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Msafara wa ngamia utawafunika ninyi, na ngamia wa Midiani na Efa; wote watakuja kutoka Sheba; wataleta dhahabu na ubani, wataimba sifa kwa Yahwe.
7 କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।
Makundi yote ya Kedari yatakusanika kwa pamoja kwako, kondoo wa Nebaioti watabeba mahitaji yako; watakubalika kutolewa sadaka katika madhebau yangu; na nitaitukuza nyumba yangu takatifu.
8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?
Ni nani hawa wanopaa wenyewe kama mawingu, na kama njiwa kwenye makazi yao?
9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Pwani itanitafuta mimi, na meli ya Tarshishi huwaongoza, huwaleta watoto wenu kutoka mbali, pamoja na fedha zao na dhahabu zao, maana jina la Yahwe Mungu wenu, na Mtakatifu wa Israeli, maana amekuheshimu wewe.
10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Watoto wa wageni watajenga tena kuta zenu, n awafalme wao watawatumikia ninyi; japo katika laana yangu nimewaadhibu ninyi, lakini kwa neema yangu nitawahurumia ninyi.
11 ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।
Milango yenu itaendelea kuwa wazi; haitafungwa mchana au usiku, hivyo utajiri wa mataifa ili uweze kuletwa, pamoja na viongozi wanowaongoza.
12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Kweli, mataifa na falme ambayo hayatakutumikia wewe yatatoweka; mataifa hayo yataangamizwa kabisa.
13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
Utukufu wa Lebanoni utakuja kwako, mti wa msonobari, mtidhari, pamoja na msonobari ili kupamba madhebau yangu; na Nitalitukuza eneo la miguu yangu.
14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Watakuja kwako kukusujudia wewe, watoto wa wale wanaokunyenyekea wewe; wataisujudia miguu yako; watakuita wewe mji wa Yahwe, sayani ya Mtakatifu wa Israeli.
15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
Badala yake uwepo wenu umetelekezwa na kuchukiwa, kwa kuwa hakuna hata mmoja anayepita ndani yenu, nitawafanya kuwa kitu cha kiburi milele, furaha kutoka kizazi hata kizazi.
16 ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
Pia utakunywa maziwa ya mataifa, utatunzwa katika kifua cha wafalme; utajua kwamba Mimi Yahwe, Mimi ni mwokozi na mkombozi wenu, aliye Mkuu wa Israeli.
17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।
Badala ya shaba Nitaleta dhahabu, badaia ya chuma nitaleta fedha; badala ya mbao, shabana badala ya jiwe, chuma. Nitachagua amani kwa kiongozi wenu, na haki kiongozi wenu.
18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
Vurugu hazitasikika katika aridhi yenu, uharibifu wala uvunjaji katika mipaka yenu; lakini mtaita kuta zenu wokovu, na malngo yenu mtayaita sifa.
19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।
Jua halitakuwa mwanga wenu wakati wa mchana, wala mwanga wa mwenzi wakati wa usiku hautawawakia ninyi; Lakini Yahwe atakuwa mwanga wenu wa milele, na Mungu wenu na utukufu wenu.
20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।
Jua lenu halitakuewepo wala mweni utaondoshwa na kutoweka; maana Yahwe atakuwa mwanga wenu daima, na siku za maombolezo zitakwisha.
21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Watu wako wote watakuwa wenye haki; watachukuwa urithi wa nchi kwa mda wote, tawi la mazao yangu, kazi ya mikono yangu, ili niweze kuitukuza.
22 କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।
Mtoto atakuwa maelfu, na mdogo atakuwa taifa la wenye nguvu; Mimi Yahwe Nitayatimiza hayo mda utakapowadia.

< ଯିଶାଇୟ 60 >