< ଯିଶାଇୟ 61 >

1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
吾主上主的神臨到我身上,因為上主給我傅了油,派遣我向貧苦的人傳報喜信,治療破碎了的心靈,向俘虜宣告自由,釋放獄中的囚徒,
2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
宣佈上主恩慈的喜年,揭示我們天主報仇的日期,安慰一切憂苦的人,
3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
給熙雍悲哀的人一項冠冕來代替灰塵,喜樂的油以代替喪服,頌讚以代替沮喪的心神。他們將被稱為正義的橡樹,上主為光榮自己所種植的園地。
4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
他們要重建古時的廢址,興建往日的荒域,建造傾圮的城邑,數代荒涼的地方。
5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
外邦人要來為你們牧放羊群,外方人的兒子要作你們的農夫和葡萄園丁。
6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
你們要被稱為「上主的司祭」人要稱你們為「我們天主的侍役;」你們要享用萬民的財物,以他們的財寶而誇耀。
7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
因為他們受了雙重的恥辱,侮辱與唾罵是他們的家業,因此他們要承受雙倍的土地;永遠的喜樂將歸屬於他們。
8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
因為我是愛慕公義的上主,我惱恨不義的搶劫;我要憑忠實賜給他們報酬,與他們訂立一項永久的盟約。
9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
他們的後裔在列國中,他們的苗裔在萬民中,要受人賞識;凡看見他們的,必要承認他們是上主所祝福的後裔。
10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
我要萬分喜樂於上主,我的心靈要歡躍於我的天主,因為他給我穿上救恩的衣服,給我披上義德的外衣,使我有如頭戴花冠的新郎,有如佩帶珍珠的新娘。
11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
正如大地怎樣產生苗芽,田園怎樣使種子發芽,吾主上主也要怎樣在萬民前產生正義和讚揚。

< ଯିଶାଇୟ 61 >