< ଯିଶାଇୟ 62 >

1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
For Sions skyld vil jeg ikke tie, og for Jerusalems skyld vil jeg ikke være stille, før dets rettferdighet går frem som en stråleglans, og dets frelse som et brennende bluss.
2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
Og folkene skal se din rettferdighet, og alle konger din herlighet, og du skal kalles med et nytt navn, som Herrens munn skal nevne.
3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Og du skal være en prektig krone i Herrens hånd og et kongelig hodesmykke i din Guds hånd.
4 ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
Du skal ikke mere kalles den forlatte, og ditt land ikke mere kalles en ødemark, men du skal kalles min lyst, og ditt land skal kalles ektehustru; for Herren har sin lyst i dig, og ditt land skal tas til ekte.
5 ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
For som en ung mann tar en jomfru til ekte, således skal dine barn ta dig til ekte, og som en brudgom gleder sig over sin brud, skal din Gud glede sig over dig.
6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
På dine murer, Jerusalem, setter jeg vektere; aldri skal de tie, ikke den hele dag og ikke den hele natt; I som minner Herren, unn eder ingen ro!
7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
Og gi ikke ham ro for han bygger Jerusalem op igjen, og før han gjør det til en lovsang på jorden!
8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Herren har svoret ved sin høire hånd og ved sin veldige arm: Jeg vil ikke mere gi dine fiender ditt korn å ete, heller ikke skal fremmede drikke din most, som du har hatt møie med;
9 ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।
men de som høster kornet, skal ete det og prise Herren, og de som innsamler mosten, skal drikke den i min helligdoms forgårder.
10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
Dra inn, dra inn gjennem portene, rydd veien for folket, bygg, bygg veien, rens den for sten, løft et banner for folkene!
11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
Se, Herren lar det lyde til jordens ende: Si til Sions datter: Se, din frelse kommer; se, hans lønn er med ham, og hans gjengjeldelse går foran ham.
12 ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।
Og de skal kalles det hellige folk, Herrers gjenløste; og du selv skal kalles den søkte, den stad som ikke er forlatt.

< ଯିଶାଇୟ 62 >