< ଯିଶାଇୟ 63 >

1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
Qui est celui-là qui vient d’Édom, de Bosra en habits écarlates? Il est magnifique dans son vêtement, il se redresse dans la grandeur de sa force. — C’est moi, qui parle avec justice, et qui suis puissant pour sauver.
2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?
— Pourquoi y a-t-il du rouge à ton vêtement, et tes habits sont-ils comme ceux du pressureur? —
3 “ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
— Au pressoir j’ai foulé seul, et, parmi les peuples, personne n’a été avec moi. Et je les ai foulés dans ma colère, piétinés dans ma fureur; le jus en a jailli sur mes habits, et j’ai souillé tout mon vêtement.
4 କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
Car un jour de vengeance était dans mon cœur, et l’année de ma rédemption était venue.
5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
J’ai regardé, et personne pour m’aider; j’étais étonné, et personne pour me soutenir. Alors mon bras m’a sauvé, et ma fureur m’a soutenu.
6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”
J’ai écrasé les peuples dans ma colère, et je les ai enivrés de ma fureur, et j’ai fait couler leur sang à terre. »
7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Je célébrerai les miséricordes de Yahweh, les louanges de Yahweh, selon tout ce que Yahweh a fait pour nous, ainsi que sa grande bonté envers la maison d’Israël, qu’il lui a témoignée dans sa compassion, et son immense miséricorde.
8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
Il a dit: « Oui, ils sont mon peuple, des fils qui ne seront pas infidèles! » et il a été pour eux un sauveur.
9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Dans toutes leurs angoisses, il a été en angoisse, et l’ange de sa face les a sauvés; dans son amour et son indulgence, il les a rachetés lui-même; il les a soutenus et portés, pendant tous les jours d’autrefois.
10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Mais eux furent rebelles et attristèrent son Esprit saint; alors il se changea pour eux en ennemi; lui-même leur fit la guerre.
11 ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Alors son peuple se souvint des anciens jours, de Moïse! Où est celui qui fit monter de la mer le berger de son troupeau? Où est celui qui mit au milieu d’eux son Esprit saint,
12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
qui fit marcher à la droite de Moïse son bras glorieux, qui fendit les eaux devant eux, pour se faire un nom éternel;
13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
qui les fit marcher à travers les abîmes, sans trébucher, comme un cheval dans la steppe,
14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।
comme le bétail qui descend dans la vallée? L’Esprit de Yahweh les a conduits au repos: c’est ainsi que vous avez guidé votre peuple, pour vous faire un nom glorieux.
15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।
Regardez du ciel et voyez, de votre demeure sainte et magnifique: Où sont votre zèle et votre puissance, le frémissement de vos entrailles et votre pitié? Pour moi, ils se sont arrêtés.
16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।
Car vous êtes notre père; car Abraham nous ignore, et Israël ne nous connaît pas. Vous, Yahweh, vous êtes notre père; notre Rédempteur: c’est votre nom dès les âges anciens.
17 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
Pourquoi, ô Yahweh, nous feriez-vous errer loin de vos voies, endurciriez-vous notre cœur contre votre crainte? Revenez, pour l’amour de vos serviteurs, et des tribus de votre héritage!
18 ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
Votre peuple saint a possédé le pays bien peu de temps; nos ennemis ont foulé aux pieds votre sanctuaire.
19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।
Nous sommes depuis longtemps comme un peuple que vous ne gouvernez pas, sur lequel votre nom n’est pas invoqué.

< ଯିଶାଇୟ 63 >