< ଯିଶାଇୟ 64 >
1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Gid du sønderrev Himlen og steg ned, saa Bjergene vakled for dit Aasyn!
2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!
Som Vokset smelter i Ild, saa lad Ild fortære dine Fjender, at dit Navn maa kendes iblandt dem og Folkene bæve for dit Aasyn,
3 ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।
naar du gør Undere, vi ikke vented, — du stiger ned, for dit Aasyn vakler Bjergene —
4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
og som ingen Sinde er hørt. Intet Øre har hørt, intet Øje har set en Gud uden dig, som hjælper den, der haaber paa ham.
5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
Du ser til dem, der øver Retfærd og kommer dine Veje i Hu. Men se, du blev vred, og vi synded, og skyldige blev vi derved.
6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Som urene blev vi til Hobe, som en tilsølet Klædning al vor Retfærd. Vi visnede alle som Løvet, vor Brøde bortvejred os som Vinden.
7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
Ingen paakaldte dit Navn, tog sig sammen og holdt sig til dig; thi du skjulte dit Aasyn for os og gav os vor Brøde i Vold.
8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
Men du, o HERRE, er dog vor Fader, vi er Leret, og du har dannet os, Værk af din Haand er vi alle.
9 ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Vredes ej, HERRE, saa saare, kom ej evigt Brøde i Hu, se dog til, vi er alle dit Folk!
10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Dine hellige Byer er Ørk, Zion er blevet en Ørk, Jerusalem ligger i Grus;
11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
vort hellige, herlige Tempel, hvor Fædrene priste dig, er blevet Luernes Rov, en Grushob er alt, hvad vi elsked.
12 ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?
Ser du roligt HERRE, paa sligt, kan du tie og bøje os saa dybt?