< ଯିଶାଇୟ 65 >
1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।
素来没有访问我的,现在求问我; 没有寻找我的,我叫他们遇见; 没有称为我名下的,我对他们说: 我在这里!我在这里!
2 ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
我整天伸手招呼那悖逆的百姓; 他们随自己的意念行不善之道。
3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
这百姓时常当面惹我发怒; 在园中献祭, 在坛上烧香;
4 ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
在坟墓间坐着, 在隐密处住宿, 吃猪肉; 他们器皿中有可憎之物做的汤;
5 ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
且对人说:你站开吧! 不要挨近我,因为我比你圣洁。 主说:这些人是我鼻中的烟, 是整天烧着的火。
6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,
看哪,这都写在我面前。 我必不静默,必施行报应, 必将你们的罪孽和你们列祖的罪孽, 就是在山上烧香, 在冈上亵渎我的罪孽, 一同报应在他们后人怀中, 我先要把他们所行的量给他们; 这是耶和华说的。
7 ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”
8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।
耶和华如此说:葡萄中寻得新酒, 人就说:不要毁坏, 因为福在其中。 我因我仆人的缘故也必照样而行, 不将他们全然毁灭。
9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
我必从雅各中领出后裔, 从犹大中领出承受我众山的。 我的选民必承受; 我的仆人要在那里居住。
10 ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।
沙 平原必成为羊群的圈; 亚割谷必成为牛群躺卧之处, 都为寻求我的民所得。
11 ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
但你们这些离弃耶和华、 忘记我的圣山、给时运摆筵席、 给天命盛满调和酒的,
12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”
我要命定你们归在刀下, 都必屈身被杀; 因为我呼唤,你们没有答应; 我说话,你们没有听从; 反倒行我眼中看为恶的, 拣选我所不喜悦的。
13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
所以,主耶和华如此说: 我的仆人必得吃,你们却饥饿; 我的仆人必得喝,你们却干渴; 我的仆人必欢喜,你们却蒙羞。
14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।
我的仆人因心中高兴欢呼, 你们却因心中忧愁哀哭, 又因心里忧伤哀号。
15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
你们必留下自己的名, 为我选民指着赌咒。 主耶和华必杀你们, 另起别名称呼他的仆人。
16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
这样,在地上为自己求福的, 必凭真实的 神求福; 在地上起誓的, 必指真实的 神起誓。 因为,从前的患难已经忘记, 也从我眼前隐藏了。
17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
看哪!我造新天新地; 从前的事不再被记念,也不再追想。
18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
你们当因我所造的永远欢喜快乐; 因我造耶路撒冷为人所喜, 造其中的居民为人所乐。
19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
我必因耶路撒冷欢喜, 因我的百姓快乐; 其中必不再听见哭泣的声音和哀号的声音。
20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
其中必没有数日夭亡的婴孩, 也没有寿数不满的老者; 因为百岁死的仍算孩童, 有百岁死的罪人算被咒诅。
21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
他们要建造房屋,自己居住; 栽种葡萄园,吃其中的果子。
22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
他们建造的,别人不得住; 他们栽种的,别人不得吃; 因为我民的日子必像树木的日子; 我选民亲手劳碌得来的必长久享用。
23 ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
他们必不徒然劳碌, 所生产的,也不遭灾害, 因为都是蒙耶和华赐福的后裔; 他们的子孙也是如此。
24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
他们尚未求告,我就应允; 正说话的时候,我就垂听。
25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”
豺狼必与羊羔同食; 狮子必吃草与牛一样; 尘土必作蛇的食物。 在我圣山的遍处, 这一切都不伤人,不害物。 这是耶和华说的。