< ଯିଶାଇୟ 66 >

1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?
JEHOVÁ dijo así: El cielo es mi solio, y la tierra estrado de mis pies: ¿dónde está la casa que me habréis de edificar, y dónde este lugar de mi reposo?
2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Mi mano hizo todas estas cosas, y [así] todas estas cosas fueron, dice Jehová: mas á aquél miraré que es pobre y humilde de espíritu, y que tiembla á mi palabra.
3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
El que sacrifica buey, como si matase un hombre; el que sacrifica oveja, como si degollase un perro; el que ofrece presente, [como si ofreciese] sangre de puerco; el que ofrece perfume, como si bendijese á un ídolo. Y pues escogieron sus caminos, y su alma amó sus abominaciones,
4 ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”
También yo escogeré sus escarnios, y traeré sobre ellos lo que temieron; porque llamé, y nadie respondió; hablé, y no oyeron; antes hicieron lo malo delante de mis ojos, y escogieron lo que á mí desagrada.
5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।
Oid palabra de Jehová, vosotros los que tembláis á su palabra: Vuestros hermanos los que os aborrecen, y os niegan por causa de mi nombre, dijeron: Glorifíquese Jehová. Mas él se mostrará con alegría vuestra, y ellos serán confundidos.
6 ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ!
Voz de alboroto de la ciudad, voz del templo, voz de Jehová que da el pago á sus enemigos.
7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।
Antes que estuviese de parto, parió; antes que le viniesen dolores parió hijo.
8 ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।
¿Quién oyó cosa semejante? ¿quién vió cosa tal? ¿parirá la tierra en un día? ¿nacerá una nación de una vez? Pues en cuanto Sión estuvo de parto, parió sus hijos.
9 ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?
¿Yo que hago parir, no pariré? dijo Jehová. ¿Yo que hago engendrar, seré detenido? dice el Dios tuyo.
10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Alegraos con Jerusalem, y gozaos con ella, todos los que la amáis: llenaos con ella de gozo, todos los que os enlutáis por ella:
11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।”
Para que maméis y os saciéis de los pechos de sus consolaciones; para que ordeñéis, y os deleitéis con el resplandor de su gloria.
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
Porque así dice Jehová: He aquí que yo extiendo sobre ella paz como un río, y la gloria de las gentes como un arroyo que sale de madre; y mamaréis, y sobre el lado seréis traídos, y sobre las rodillas seréis regalados.
13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।
Como aquel á quien consuela su madre, así os consolaré yo á vosotros, y en Jerusalem tomaréis consuelo.
14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
Y veréis, y alegraráse vuestro corazón, y vuestros huesos reverdecerán como la hierba: y la mano de Jehová para con sus siervos será conocida, y se airará contra sus enemigos.
15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Porque he aquí que Jehová vendrá con fuego, y sus carros como torbellino, para tornar su ira en furor, y su reprensión en llama de fuego.
16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
Porque Jehová juzgará con fuego y con su espada á toda carne: y los muertos de Jehová serán multiplicados.
17 ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।
Los que se santifican y los que se purifican en los huertos, unos tras otros, los que comen carne de puerco, y abominación, y ratón; juntamente serán talados, dice Jehová.
18 କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Porque yo [entiendo] sus obras y sus pensamientos: [tiempo] vendrá para juntar todas las gentes y lenguas; y vendrán, y verán mi gloria.
19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
Y pondré entre ellos señal, y enviaré de los escapados de ellos á las gentes, á Tarsis, á Pul y Lud, que disparan arco, á Tubal y á Javán, á las islas apartadas que no oyeron de mí, ni vieron mi gloria; y publicarán mi gloria entre las gentes.
20 ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।
Y traerán á todos vuestros hermanos de entre todas las naciones, [por] presente á Jehová, en caballos, en carros, en literas, y en mulos, y en camellos, á mi santo monte de Jerusalem, dice Jehová, al modo que los hijos de Israel traen el presente en vasos limpios á la casa de Jehová.
21 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।
Y tomaré también de ellos para sacerdotes y Levitas, dice Jehová.
22 କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।
Porque como los cielos nuevos y la nueva tierra, que yo hago, permanecen delante de mí, dice Jehová, así permanecerá vuestra simiente y vuestro nombre.
23 ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।
Y será que de mes en mes, y de sábado en sábado, vendrá toda carne á adorar delante de mí, dijo Jehová.
24 ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Y saldrán, y verán los cadáveres de los hombres que se rebelaron contra mí: porque su gusano nunca morirá, ni su fuego se apagará; y serán abominables á toda carne.

< ଯିଶାଇୟ 66 >