< ଯିଶାଇୟ 7 >
1 ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
Judah manghai Uzziah koca Jotham capa Ahaz tue a pha vaengah Aram manghai Rezin neh Israel manghai Remaliah capa Pekah loh Jerusalem te caemtloek ham a caeh thil rhoi. Tedae a vathoh thil te coeng thai pawh.
2 ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Aram taengla Ephraim khoem uh a ti te David imkhui la a puen pah. Te dongah a thinko neh a pilnam thinko tah khohli loh duup thing a hlinghloek bangla a hlinghloek pah.
3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
Te vaengah BOEIPA loh Isaiah taengah, “Ahaz doe hamla namah cet laeh, na capa Shearjashub khaw hni suk lo long kah a so tuibuem tuilong bawt ah om lah ko,
4 ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
anih te, “Ngaithuen lamtah duem om. Rhih boeh, na thinko khaw phoena boel saeh. Rezin, Aram neh Remaliah koca kah thintoek thinling kongah hmaipok a ngawn la bok khuu coeng.
5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
Aram loh Ephraim neh Remaliah koca kah boethae neh nang ng'uen tih,
6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
Judah la cet uh sih lamtah poelyoe uh sih. Te te mamih ham tael uh thae sih lamtah a khui kah manghai ham te Tabeel koca te manghai sak uh sih,” a ti.
7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
Ka Boeipa Yahovah loh, “Te te thoo hae pawt vetih cak hae mahpawh.
8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
Aram kah a lu Damasku, Damasku kah a lu te Rezin. Pilnam khui lamloh Ephraim tah kum sawmrhuk kum nga khuiah a rhihyawp sak ni.
9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
Ephraim kah a lu Samaria, Samaria kah a lu Remaliah capa, na tangnah pawt atah koep na tangnah voel mahpawh tinah,” a ti.
10 ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ,
BOEIPA loh Ahaz a voek te koep a rhaep tih,
11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” (Sheol )
BOEIPA na Pathen taeng lamkah miknoek te saelkhui bangla dung tih a so la sang cakhaw namah ham bih lah,” a ti. (Sheol )
12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
Tedae Ahaz loh, “Ka bih mahpawh, BOEIPA te ka noemcai mai mahpawh,” a ti.
13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
Te vaengah, “David imkhui loh hnatun laeh, hlang na ngae te na yakvawt tih a?, ka Pathen te khaw na ngae uh eh.
14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Te dongah Boeipa amah long ni nangmih taengah miknoek m'paek eh?, hula ke vawn vetih ca a sak ni. Te vaengah a ming te Immanu-El a sui ni.
15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
Boethae te hnawt ham neh a then te tuek ham a ming duela suknaeng neh khoitui ni a. caak eh.
16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
Tedae camoe loh a thae te hnawt ham neh a then te tuek ham a ming hlanah a manghai rhoi kongah a mueipuel vetih na khohmuen te a hnoo ni.
17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
Ephraim te Judah taeng lamloh Assyria manghai taengla a nong hnin vaeng lamkah aka om noek pawt khaw, tekah khohnin ah tah BOEIPA loh namah taengah, na pilnam taengah, na pa imkhui ah a om sak ni.
18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
Te khohnin a pha vaengah BOEIPA loh Egypt sokko hmoi kah pilyang ham khaw, Assyria khohmuen kah khoi ham te khaw kut a ving pah ni.
19 ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
Amih te boeih ha pawk uh vetih soklong laengsang ah, thaelpang thaelrhaep ah, tangtii boeih neh tuiko tom ah duem uh ni.
20 ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
Te khohnin ah tah Boeipa loh tuiva rhalvangan lamkah kutloh paihat neh, Assyria manghai te a lu, a kho mul te a vok pa vetih hmuimul te khaw a khoengvoep pah ni.
21 ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
Te khohnin a pha vaengah vaito saelhung neh boiva pumnit nen ni hlang a hing eh.
22 ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
Suktui muep buem vetih suknaeng te a caak ni. Khohmuen lakli kah aka sueng boeih loh suknaeng neh khoitui a caak ni.
23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
Te khohnin a pha vaengah tah hmuen takuem ah misur thawngkhat neh tangka thawngkhat aka ting khaw lota ham neh hling hamla khoeng a om pah ni.
24 ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
Khohmuen tom ah lota neh hling loh a cun dongah thaltang neh lii nen ni a. paan eh.
25 ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
Tlang tom te tuktong neh a yoe uh coeng. Lota neh hling rhihnah dongah hnap na kun voel mahpawh. Vaito kah a taelhnah ham neh tu kah a cawtkoi ham ni a. om eh?,” a ti.