< ଯିଶାଇୟ 7 >

1 ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
ウジャの子ヨタムその子ユダヤ王アハズのときアラムの王レヂンとレマリヤの子イスラエル王ペカと上りきたりてヱルサレムを攻しがつひに勝ことあたはざりき
2 ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
ここにアラムとエフライムと結合なりたりとダビデの家につぐる者ありければ王のこころと民の心とは林木の風にうごかさるるが如くに動けり
3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
その時ヱホバ、イザヤに言たまひけるは今なんぢと汝の子シヤルヤシユブと共にいでて布をさらす野の大路のかたはらなる上池の樋口にゆきてアハズを迎へ
4 ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
これに告べしなんぢ謹みて静かなれ アラムのレヂン及びレマリャの子はげしく怒るとも二の燼餘りたる煙れる片柴のごとし懼るるなかれ心をよわくするなかれ
5 କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
アラム、エフライム及びレマリヤの子なんぢにむかひて惡き謀ごとを企てていふ
6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
われらユダに攻上りて之をおびやかし我儕のためにこれを破りとりタビエルの子をその中にたてて王とせんと
7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
されど主ヱホバいひたまはくこの事おこなはれずまた成ことなし
8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
アラムの首はダマスコ、ダマスコの首はレヂンなり エフライムは六十五年のうちに敗れて國をなさざるべし
9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
またエフライムの首はサマリヤ、サマリヤの首はレマリヤの子なり 若なんぢら信ぜずばかならず立ことを得じと
10 ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
ヱホバ再びアハズに告ていひたまはく
11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” (Sheol h7585)
なんぢの神ヱホバに一の豫兆をもとめよ或はふかき處あるひは上のたかき處にもとめよ (Sheol h7585)
12 ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
アハズいひけるは我これを求めじ 我はヱホバを試むることをせざるべし
13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
イザヤいひけるはダビデのいへよ請なんぢら聞 なんぢら人をわづらはしこれを小事として亦わが神をも煩はさんとするか
14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
この故に主みづから一の豫兆をなんぢらに賜ふべし 視よをとめ孕みて子をうまんその名をインマヌエルと稱ふべし
15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
かれ惡をすて善をえらぶことを知 ころほひにいたりて乳酥と蜂蜜とをくらはん
16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
そはこの子いまだ惡をすて善をえらぶことを知ざるさきになんぢが忌きらふ兩の王の地はすてらるべし
17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
ヱホバはエフライムがユダを離れし時よりこのかた臨みしことなき日を汝となんぢの民となんぢの父の家とにのぞませ給はん是アツスリヤの王なり
18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।
其日ヱホバ、エジプトなる河々のほとりの蠅をまねきアツスリヤの地の蜂をよびたまはん
19 ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
皆きたりて荒たるたに岩穴すべての荊棘すべての牧場のうヘに止まるべし
20 ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
その日主はかはの外ふより雇へるアツスリヤの王を剃刀として首と足の毛とを剃たまはんまた髯をも除きたまふべし
21 ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
その日人わかき牝犢ひとつと羊ふたつとを飼をらん
22 ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
その出すところの乳おほきによりて乳酥をくらふことを得んすべて國のうちに遺れるものは乳酥と蜂蜜とをくらふべし
23 ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
その日千株に銀一千の價をえたる葡萄ありし處もことごとく荊と棘はえいづべし
24 ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
荊とおどろと地にあまねきがゆゑに人々矢と弓とをもて彼處にゆくなり
25 ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
鋤をもて掘たがへしたる山々もいばらと棘のために人おそれてその中にゆくことを得じ その地はただ牛をはなち羊にふましむる處とならん

< ଯିଶାଇୟ 7 >