< ଯିଶାଇୟ 8 >
1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
Reče Jahve: “Uzmi veliku ploču i napiši na njoj ljudskim pismom: Maher Šalal Haš Baz - Brz grabež - hitar plijen.”
2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
Potom uzeh vjerne svjedoke, svećenika Uriju i Zahariju, sina Berekjina.
3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ।
Približih se proročici te ona zače i rodi sina. Jahve mi reče: “Nazovi ga Maher Šalal Haš Baz,
4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
jer prije no što dijete počne tepati 'tata' i 'mama', nosit će se pred kralja asirskog sve bogatstvo Damaska i plijen Samarije.”
5 ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
I opet mi reče Jahve:
6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
“Jer narod ovaj odbacuje mirne tekućice Šiloaha, a dršće pred Rasonom i pred sinom Remalijinim,
7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
navest će Gospod na vas vodu Eufrata, silnu i veliku - kralja asirskog i svu slavu njegovu - i ona će izići iz rukava svoga, preliti se preko svih obala;
8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
provalit će u Judeju, razlit' se i poplaviti je, popeti se do grla njezina; i krila će svoja raširiti preko cijele tvoje zemlje, o Emanuele.”
9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।
Udružite se samo, narodi, al' bit ćete smrvljeni! Poslušajte, vi kraljevi daleki, pašite se, bit ćete smrvljeni, pašite se, bit ćete smrvljeni!
10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Kujte naum - bit će uništen, dogovarajte se samo, bit će uzalud, jer s nama je Bog!
11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
Jer, ovako mi reče Jahve, kad me rukom uhvatio i opomenuo da ne idem putem kojim narod ovaj ide:
12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
“Ne zovite urotom sve što narod ovaj urotom zove; ne bojte se čega se on boji i nemajte straha.
13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
Jahve nad Vojskama - on jedini nek' vam svet bude; jedino se njega bojte, strah od njega nek' vas prožme.
14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
On će vam biti zamka i kamen spoticanja i stijena posrtanja za obje kuće Izraelove, zamka i mreža svim Jeruzalemcima.
15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
Mnogi će od njih posrnuti, pasti, razbiti se, zaplesti se, uhvatiti.”
16 ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
Pohrani ovo svjedočanstvo, zapečati ovu objavu među učenicima svojim:
17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Čekat ću Jahvu koji je lice svoje sakrio od doma Jakovljeva - u njega ja se uzdam.
18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Evo, ja i djeca koju mi Jahve dade Izraelu smo znak i znamenje od Jahve nad Vojskama što prebiva na Gori sionskoj.
19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
Reknu li vam: “Duhove pitajte i vrače koji šapću i mrmljaju” - dakako, narod mora pitati svoje “bogove” i za žive u mrtvih se raspitivati! -
20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Uza Zakon! Uza svjedočanstvo! Tko ne rekne tako, zoru neće dočekati.
21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Lutat će zemljom potlačen i gladan, izgladnjela bijes će ga spopasti, proklinjat će svoga kralja i svog Boga. Okrene l' se k nebu,
22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
pogleda l' po zemlji, gle, svuda samo mrak i strava, svuda tmina tjeskobna. Ali će se tama raspršiti,