< ଯିଶାଇୟ 8 >

1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
L'Éternel me dit: Prends une grande table, et y écris en caractères lisibles: Pillage prompt, ravage soudain.
2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
Je pris donc avec moi des témoins dignes de foi, Urie, le sacrificateur, et Zacharie, fils de Jébérékia.
3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
Et je m'approchai de la prophétesse: elle conçut et enfanta un fils. Et l'Éternel me dit: Appelle-le: Maher-Shalal-Hash-Baz (Pillage prompt, ravage soudain).
4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
Car, avant que l'enfant sache crier: Mon père! ma mère! on enlèvera devant le roi d'Assyrie les richesses de Damas et le butin de Samarie.
5 ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
L'Éternel me parla encore, et me dit:
6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
Parce que ce peuple a méprisé les eaux de Siloé qui coulent doucement, pour se réjouir de Retsin et du fils de Rémalia;
7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
A cause de cela, voici, le Seigneur va faire venir sur eux les eaux du fleuve, grandes et fortes, le roi d'Assur et toute sa gloire. Il s'élèvera partout au-dessus de son lit, et se répandra par-dessus toutes ses rives.
8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
Il passera sur Juda; il débordera, il inondera; il atteindra jusqu'au cou. Et ses ailes étendues rempliront la largeur de ton pays, ô Emmanuel!
9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।
Peuples, faites du bruit, et soyez brisés! Prêtez l'oreille, vous tous habitants des pays éloignés! Équipez-vous, et soyez brisés; équipez-vous, et soyez brisés!
10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Formez un dessein, et il sera dissipé; parlez, et votre parole n'aura point d'effet: car Dieu est avec nous (Emmanuel)!
11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
Car ainsi m'a dit l'Éternel, lorsque sa main me saisit, et qu'il m'avertit de ne point marcher dans la voie de ce peuple:
12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
Ne dites point: Conjuration! toutes les fois que ce peuple dit: Conjuration! Ne craignez pas ce qu'il craint, et ne soyez pas effrayés.
13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
Sanctifiez l'Éternel des armées; que lui soit votre crainte et votre frayeur.
14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
Il sera un sanctuaire, mais aussi une pierre d'achoppement et une pierre de chute pour les deux maisons d'Israël; un piège et un filet pour les habitants de Jérusalem.
15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
Plusieurs y trébucheront et tomberont; ils se briseront; ils seront enlacés et pris.
16 ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
Enveloppe cet oracle; scelle cette révélation parmi mes disciples!
17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Je m'attendrai à l'Éternel, qui cache sa face à la maison de Jacob: je m'attends à lui!
18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Me voici, moi et les enfants que l'Éternel m'a donnés, nous sommes des signes et des présages en Israël, de la part de l'Éternel des armées qui habite en la montagne de Sion.
19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
Et si l'on vous dit: “Consultez les évocateurs d'esprits et les devins, ceux qui chuchotent et qui murmurent”, dites: Un peuple n'ira-t-il pas vers son Dieu? Pour les vivants, s'adressera-t-il aux morts?
20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
A la loi et au témoignage! Et si le peuple ne parle pas ainsi, point d'aurore pour lui!
21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Il sera errant dans le pays, accablé et affamé; et dans sa faim il s'irritera, et maudira son roi et son Dieu, et tournera les yeux en haut.
22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
Puis il regardera vers la terre, et voici la détresse et l'obscurité, de sombres angoisses: il sera repoussé dans les ténèbres.

< ଯିଶାଇୟ 8 >