< ଯିଶାଇୟ 9 >

1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।
primo tempore adleviata est terra Zabulon et terra Nepthalim et novissimo adgravata est via maris trans Iordanem Galileae gentium
2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
populus qui ambulabat in tenebris vidit lucem magnam habitantibus in regione umbrae mortis lux orta est eis
3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
multiplicasti gentem non magnificasti laetitiam laetabuntur coram te sicut laetantur in messe sicut exultant quando dividunt spolia
4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
iugum enim oneris eius et virgam umeri eius et sceptrum exactoris eius superasti sicut in die Madian
5 ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
quia omnis violenta praedatio cum tumultu et vestimentum mixtum sanguine erit in conbustionem et cibus ignis
6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
parvulus enim natus est nobis filius datus est nobis et factus est principatus super umerum eius et vocabitur nomen eius Admirabilis consiliarius Deus fortis Pater futuri saeculi Princeps pacis
7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।
multiplicabitur eius imperium et pacis non erit finis super solium David et super regnum eius ut confirmet illud et corroboret in iudicio et iustitia amodo et usque in sempiternum zelus Domini exercituum faciet hoc
8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
verbum misit Dominus in Iacob et cecidit in Israhel
9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
et sciet populus omnis Ephraim et habitantes Samariam in superbia et magnitudine cordis dicentes
10 “ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
lateres ceciderunt sed quadris lapidibus aedificabimus sycomoros succiderunt sed cedros inmutabimus
11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
et elevabit Dominus hostes Rasin super eum et inimicos eius in tumultum vertet
12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Syriam ab oriente et Philisthim ab occidente et devorabunt Israhel toto ore in omnibus his non est aversus furor eius sed adhuc manus eius extenta
13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
et populus non est reversus ad percutientem se et Dominum exercituum non inquisierunt
14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
et disperdet Dominus ab Israhel caput et caudam incurvantem et refrenantem die una
15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,
longevus et honorabilis ipse est caput et propheta docens mendacium ipse cauda est
16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
et erunt qui beatificant populum istum seducentes et qui beatificantur praecipitati
17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
propter hoc super adulescentulis eius non laetabitur Dominus et pupillorum eius et viduarum non miserebitur quia omnis hypocrita est et nequam et universum os locutum est stultitiam in omnibus his non est aversus furor eius sed adhuc manus eius extenta
18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
succensa est enim quasi ignis impietas veprem et spinam vorabit et succendetur in densitate saltus et convolvetur superbia fumi
19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
in ira Domini exercituum conturbata est terra et erit populus quasi esca ignis vir fratri suo non parcet
20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
et declinabit ad dexteram et esuriet et comedet ad sinistram et non saturabitur unusquisque carnem brachii sui vorabit Manasses Ephraim et Ephraim Manassen simul ipsi contra Iudam
21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
in omnibus his non est aversus furor eius sed adhuc manus eius extenta

< ଯିଶାଇୟ 9 >