< ଯିଶାଇୟ 1 >

1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
The vision of Isaiah son of Amoz, which he saw, concerning Judah and Jerusalem, —in the days of Uzziah Jotham Ahaz Hezekiah—kings of Judah.
2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।
Hear O heavens, And give ear, O earth, for Yahweh, hath spoken: —Sons, have I brought up, and advanced, And, they, have rebelled against me.
3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”
An ox knoweth, his owner, And an ass his masters crib, —Israel, doth not know, My people doth not consider.
4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Alas! a nation—committing sin, a people—burdened with iniquity, a seed—practising wickedness, sons—acting corruptly. They have forsaken Yahweh despised the Holy One of Israel, —Are estranged and gone back.
5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
Why should ye be smitten any more? Ye would again turn aside! The whole head is sick, And the whole heart faint:
6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
From the sole of the foot even unto the head, there is in it no soundness, Bruise and stripe and newly-made wound, —They have not been pressed out, nor bound up, nor soothed with oil.
7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
Your country—is a desolation, Your cities—are consumed with fire, —Your soil—right before your eyes, foreigners are devouring it, And it is a desolation a very overthrow by foreigners;
8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
And left is the Daughter of Zion, Like a hut in a vineyard, —Like a lodge in a gourd-plot Like a city besieged.
9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।
If, Yahweh of hosts, had not left us a very small remnant, Like Sodom, had we become, Gomorrah, had we resembled.
10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Hear the word of Yahweh, ye rulers of Sodom, —Give ear to the instruction of our God, ye people of Gomorrah: —
11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Of what use to me, is your multitude of sacrifices: Saith Yahweh: I am sated with ascending-offerings of rams and the fat of fed beasts, —In the blood of bulls and young rams and he-goats, have I no pleasure.
12 ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
When ye enter to see my face, Who hath required this at your hand trampling my courts?
13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।
Ye shall not again bring in an empty, present, Incense, an abomination, is that unto me! New moon, and sabbath calling an assembly—I cannot endure, iniquity and sacred festival!
14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
Your new moons and your appointed feasts, my soul, hateth, —They have become unto me a burden I am too weary to bear:
15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Even when ye spread forth your open palms, I hide mine eyes from you; Yea, though ye multiply prayers, I am not hearkening, —Your hands, with deeds of blood, are filled.
16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Wash you make you clean, Put away the wickedness of your doings from before mine eyes, —Cease to do evil.
17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Learn to do well—Seek justice, Correct the oppressor, —Vindicate the fatherless, Plead the cause of the widow,
18 ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Come, I pray you, and let us settle the dispute Saith Yahweh, —Though your sins be found like scarlet, As snow, shall they be made white, Though they appear red like crimson, As wool, shall they become.
19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
If ye be willing—and hearken Of the good of the land, shall ye eat;
20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
But, if ye refuse and rebel, With the sword, shall ye be devoured, For, the mouth of Yahweh, hath spoken it.
21 ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
How hath she become unchaste!—The city that was Faithful, —Full of justice, Righteousness lodged in her, But, now, murderers!
22 ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
Thy silver, hath become dross, —Thy wine, weakened with water;
23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Thy rulers, are unruly, and companions of thieves, Every one of the people, loveth a bribe, and runneth after rewards, —The fatherless, they do not vindicate, And, the plea of the widow, reacheth them not.
24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Therefore, Declareth the Lord Yahweh of hosts, The Mighty One of Israel, —Alas! I must appease me on mine adversaries, I must avenge me on mine enemies
25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
That I may turn my hand against thee, And smelt away, as with potash, thy dross, And remove all thine alloy;
26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”
That I may restore thy Judges as at the first, and thy Counsellors as at the beginning, —After that, shalt thou be called Righteous citadel, Trusty city, —
27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
Zion, with justice shall be redeemed, —And her returning ones, with righteousness;
28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
And the downfall of transgressors and sinners, shall be, together, —And, they who forsake Yahweh, shall be brought to an end;
29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
For they shall turn pale on account of the oaks which ye desired, —And ye shall blush on account of the gardens which ye had chosen;
30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
For ye shall be as an oak with its leaf faded, And as a garden that hath no, water;
31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Then shall the strong one become tow, And his work a spark, —And they shall both blaze together And there be none to quench the fire.

< ଯିଶାଇୟ 1 >