< ଯାକୁବ 2 >

1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
My brethren, hold not the faith of our Lord Jesus Christ, the Lord of glory, in a partial respect of persons.
2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,
For if there come into your synagogue a man with a gold ring in fine clothes, and there come in also a poor man in a mean habit;
3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
and ye turn your eyes toward him that weareth the fine clothes, and say to him, Sit thou here in an honorable place; and say to the poor man, Stand thou there, or sit here under my footstool:
4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
do ye not make a partial difference within yourselves, and become judges that reason wickedly?
5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
Hear, my beloved brethren; hath not God chosen the poor of this world who are rich in faith, and heirs of the kingdom, which He hath promised to them that love Him? but ye have slighted the poor.
6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
Do not the rich tyrannize over you; and drag you to their tribunals?
7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
Do they not blaspheme the glorious name by which ye are called?
8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
If ye fulfil the royal law, according to the scripture, which saith, Thou shalt love thy neighbour as thyself, ye do well.
9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
But if ye partially respect persons, ye commit sin, being convicted by the law as transgressors.
10 କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
For whosoever shall keep the whole law besides, but offend in one point, he is under the penalty of all:
11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।
for He that said, Do not commit adultery, said also, Do not kill. Now if thou do not commit adultery, but committest murder, thou art a transgressor of the law.
12 ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।
So speak, and so act, as those who are to be judged by the law of liberty.
13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
For he shall have judgement without mercy, that hath not shewn mercy: but mercy triumpheth over judgement.
14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?
What is the advantage, my brethren, if any one say that he has faith, and he hath not works, can faith alone save him?
15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
If a brother or sister be naked, and destitute of daily food;
16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
and one of you say to them, Go in peace, be ye warmed and be ye filled: but ye give them not the necessaries of life, what profit is it to them?
17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
so faith, if it have not works, being alone, is dead.
18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।
But one may say, Thou hast faith, and I have works: shew me thy faith by thy works, and I will shew thee my faith by my works.
19 ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
Thou believest that there is one God; thou dost well: the devils also believe and tremble.
20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?
But desirest thou to know, O vain man, that faith without works, is dead?
21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
consider, Was not our father Abraham justified by works, when he offered his son Isaac upon the altar?
22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
Thou seest that faith co-operated with his works, and that by his works his faith was perfected.
23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
And the scripture was fulfilled, which saith, Abraham believed God, and it was counted to him for righteousness; and he was called the friend of God.
24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।
Ye see then that a man is justified by works, and not by faith only.
25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
And in like manner also was not the harlot Rahab justified by works, when she entertained the spies, and let them out another way?
26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
For as the body without the spirit is dead, so faith without works is dead also.

< ଯାକୁବ 2 >