< ଯାକୁବ 2 >

1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
Ndugu zangu, kama waaminio katika imani ya Bwana wetu Yesu Kristo, Bwana wa utukufu, msiwe na upendeleo kwa watu.
2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,
Kwa maana kama akija mtu katika kusanyiko lenu akiwa amevaa pete ya dhahabu na mavazi mazuri, pia akaingia mtu maskini mwenye mavazi yaliyochakaa,
3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
nanyi mkampa heshima yule aliyevaa mavazi mazuri na kumwambia, “Keti hapa mahali pazuri,” lakini yule maskini mkamwambia, “Wewe simama pale,” au “Keti hapa sakafuni karibu na miguu yangu,”
4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
je, hamjawabagua na kuwa mahakimu mioyoni mwenu mkihukumu kwa mawazo yenu maovu?
5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
Ndugu zangu, sikilizeni: Je, Mungu hakuwachagua wale walio maskini machoni pa ulimwengu kuwa matajiri katika imani na kuurithi Ufalme aliowaahidi wale wampendao?
6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
Lakini ninyi mmemdharau yule aliye maskini. Je, hao matajiri si ndio wanaowadhulumu na kuwaburuta mahakamani?
7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
Je, si wao wanaolikufuru Jina lile lililo bora sana mliloitiwa?
8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
Kama kweli mnaitimiza ile sheria ya kifalme inayopatikana katika Maandiko isemayo, “Mpende jirani yako kama unavyoipenda nafsi yako,” mnafanya vyema.
9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
Lakini kama mnakuwa na upendeleo kwa watu, mnatenda dhambi, na sheria inawahukumu kuwa ninyi ni wakosaji.
10 କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
Kwa maana mtu yeyote anayeishika sheria yote lakini akajikwaa katika kipengele kimoja tu, ana hatia ya kuivunja sheria yote.
11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।
Kwa sababu yeye aliyesema, “Usizini,” alisema pia, “Usiue.” Basi kama huzini lakini unaua, umekuwa mvunjaji wa sheria.
12 ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।
Hivyo semeni na kutenda kama watu watakaohukumiwa kwa sheria ile iletayo uhuru.
13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
Kwa kuwa hukumu bila huruma itatolewa kwa mtu yeyote asiyekuwa na huruma. Huruma huishinda hukumu.
14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?
Ndugu zangu, yafaa nini ikiwa mtu atadai kuwa anayo imani lakini hana matendo? Je, imani kama hiyo yaweza kumwokoa?
15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
Ikiwa ndugu yako au dada hana mavazi wala chakula,
16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
mmoja wenu akamwambia, “Enenda zako kwa amani, ukaote moto na kushiba,” pasipo kumpatia yale mahitaji ya mwili aliyopungukiwa, yafaa nini?
17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
Vivyo hivyo, imani peke yake kama haikuambatana na matendo, imekufa.
18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।
Lakini mtu mwingine atasema, “Wewe unayo imani; mimi ninayo matendo.” Nionyeshe imani yako pasipo matendo nami nitakuonyesha imani yangu kwa matendo.
19 ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
Unaamini kwamba kuna Mungu mmoja. Vyema! Hata mashetani yanaamini hivyo na kutetemeka.
20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?
Ewe mpumbavu! Je, wataka kujua kwamba imani bila matendo haifai kitu?
21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
Je, Abrahamu baba yetu hakuhesabiwa haki kwa kile alichotenda, alipomtoa mwanawe Isaki madhabahuni?
22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
Unaona jinsi ambavyo imani yake na matendo yake vilikuwa vinatenda kazi pamoja, nayo imani yake ikakamilishwa na kile alichotenda.
23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
Kwa njia hiyo yakatimizwa yale Maandiko yasemayo, “Abrahamu alimwamini Mungu na ikahesabiwa kwake kuwa haki,” naye akaitwa rafiki wa Mungu.
24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।
Mnaona ya kwamba mtu huhesabiwa haki kwa yale anayotenda wala si kwa imani peke yake.
25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
Vivyo hivyo, hata Rahabu, yule kahaba, hakuhesabiwa haki kwa yale aliyotenda alipowapokea wale wapelelezi na kuwaambia waende njia nyingine?
26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
Kama vile ambavyo mwili pasipo roho umekufa, kadhalika nayo imani pasipo matendo imekufa.

< ଯାକୁବ 2 >