< ଯିରିମୀୟ 1 >

1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
Maneno ya Yeremia mwana wa Hilkia, mmoja wa makuhani katika mji wa Anathothi, katika nchi ya Benyamini.
2 ଆମୋନ୍‍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
Neno la Bwana lilimjia katika mwaka wa kumi na tatu wa utawala wa Yosia mwana wa Amoni mfalme wa Yuda,
3 ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
na pia wakati wa utawala wa Yehoyakimu mwana wa Yosia mfalme wa Yuda, mpaka mwezi wa tano wa mwaka wa kumi na moja wa utawala wa Sedekia mwana wa Yosia mfalme wa Yuda, wakati watu wa Yerusalemu walipopelekwa uhamishoni.
4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Neno la Bwana lilinijia, kusema,
5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”
“Kabla sijakuumba ndani ya tumbo la mama yako, nilikujua; kabla hujazaliwa nilikutenga kwa kazi maalum; nilikuweka uwe nabii kwa mataifa.”
6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Nami nikasema, “Aa, Bwana Mwenyezi, sijui kusema, kwani mimi ni mtoto mdogo tu.”
7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Lakini Bwana akaniambia, “Usiseme, ‘Mimi ni mtoto mdogo tu.’ Utaenda popote nitakapokutuma na kunena lolote nitakalokuagiza.
8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
Usiwaogope, kwa maana niko pamoja nawe nikuokoe,” asema Bwana.
9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Kisha Bwana akaunyoosha mkono wake na kugusa kinywa changu, akaniambia, “Sasa nimeyaweka maneno yangu kinywani mwako.
10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
Tazama, leo nimekuweka juu ya mataifa na falme ili kungʼoa na kubomoa, kuharibu na kuangamiza, kujenga na kupanda.”
11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
Neno la Bwana likanijia kusema, “Je, Yeremia unaona nini?” Nami nikajibu, “Naona tawi la mti wa mlozi.”
12 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
Bwana akaniambia, “Umeona vyema kwa maana ninaliangalia neno langu ili kuona kwamba limetimizwa.”
13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
Neno la Bwana likanijia tena, “Unaona nini?” Nikajibu, “Naona chungu kinachochemka, kikiwa kimeinama kutoka kaskazini.”
14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।
Bwana akaniambia, “Kutoka kaskazini maafa yatamwagwa kwa wote waishio katika nchi.
15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
Nitawaita watu wote wa falme za kaskazini,” asema Bwana. “Wafalme wao watakuja na kuweka viti vyao vya enzi katika maingilio ya malango ya Yerusalemu, watakuja dhidi ya kuta zake zote zinazouzunguka, na dhidi ya miji yote ya Yuda.
16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
Nitatoa hukumu zangu kwa watu wangu kwa sababu ya uovu wao wa kuniacha mimi, kwa kufukiza uvumba kwa miungu mingine na kuabudu kile ambacho mikono yao imekitengeneza.
17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।
“Jiandae! Simama useme chochote nitakachokuamuru. Usiwaogope, la sivyo nitakufanya uwaogope wao.
18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Leo nimekufanya mji wenye ngome, nguzo ya chuma, na ukuta wa shaba ili kusimama dhidi ya nchi yote: dhidi ya wafalme wa Yuda, maafisa wake, makuhani wake na watu wa nchi hiyo.
19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Watapigana nawe lakini hawatakushinda, kwa kuwa niko pamoja nawe, nami nitakuokoa,” asema Bwana.

< ଯିରିମୀୟ 1 >