< ଯିରିମୀୟ 10 >

1 ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
ἀκούσατε τὸν λόγον κυρίου ὃν ἐλάλησεν ἐφ’ ὑμᾶς οἶκος Ισραηλ
2 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
τάδε λέγει κύριος κατὰ τὰς ὁδοὺς τῶν ἐθνῶν μὴ μανθάνετε καὶ ἀπὸ τῶν σημείων τοῦ οὐρανοῦ μὴ φοβεῖσθε ὅτι φοβοῦνται αὐτὰ τοῖς προσώποις αὐτῶν
3 ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
ὅτι τὰ νόμιμα τῶν ἐθνῶν μάταια ξύλον ἐστὶν ἐκ τοῦ δρυμοῦ ἐκκεκομμένον ἔργον τέκτονος καὶ χώνευμα
4 ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।
ἀργυρίῳ καὶ χρυσίῳ κεκαλλωπισμένα ἐστίν ἐν σφύραις καὶ ἥλοις ἐστερέωσαν αὐτά καὶ οὐ κινηθήσονται
5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”
αἰρόμενα ἀρθήσονται ὅτι οὐκ ἐπιβήσονται μὴ φοβηθῆτε αὐτά ὅτι οὐ μὴ κακοποιήσωσιν καὶ ἀγαθὸν οὐκ ἔστιν ἐν αὐτοῖς
6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
7 ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
8 ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
9 ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।
ἀργύριον τορευτόν ἐστιν οὐ πορεύσονται ἀργύριον προσβλητὸν ἀπὸ Θαρσις ἥξει χρυσίον Μωφαζ καὶ χεὶρ χρυσοχόων ἔργα τεχνιτῶν πάντα ὑάκινθον καὶ πορφύραν ἐνδύσουσιν αὐτά
10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”
οὕτως ἐρεῖτε αὐτοῖς θεοί οἳ τὸν οὐρανὸν καὶ τὴν γῆν οὐκ ἐποίησαν ἀπολέσθωσαν ἀπὸ τῆς γῆς καὶ ὑποκάτωθεν τοῦ οὐρανοῦ τούτου
12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
κύριος ὁ ποιήσας τὴν γῆν ἐν τῇ ἰσχύι αὐτοῦ ὁ ἀνορθώσας τὴν οἰκουμένην ἐν τῇ σοφίᾳ αὐτοῦ καὶ τῇ φρονήσει αὐτοῦ ἐξέτεινεν τὸν οὐρανὸν
13 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
καὶ πλῆθος ὕδατος ἐν οὐρανῷ καὶ ἀνήγαγεν νεφέλας ἐξ ἐσχάτου τῆς γῆς ἀστραπὰς εἰς ὑετὸν ἐποίησεν καὶ ἐξήγαγεν φῶς ἐκ θησαυρῶν αὐτοῦ
14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
ἐμωράνθη πᾶς ἄνθρωπος ἀπὸ γνώσεως κατῃσχύνθη πᾶς χρυσοχόος ἐπὶ τοῖς γλυπτοῖς αὐτοῦ ὅτι ψευδῆ ἐχώνευσαν οὐκ ἔστιν πνεῦμα ἐν αὐτοῖς
15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
μάταιά ἐστιν ἔργα ἐμπεπαιγμένα ἐν καιρῷ ἐπισκοπῆς αὐτῶν ἀπολοῦνται
16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
οὐκ ἔστιν τοιαύτη μερὶς τῷ Ιακωβ ὅτι ὁ πλάσας τὰ πάντα αὐτὸς κληρονομία αὐτοῦ κύριος ὄνομα αὐτῷ
17 ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।
συνήγαγεν ἔξωθεν τὴν ὑπόστασίν σου κατοικοῦσα ἐν ἐκλεκτοῖς
18 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”
ὅτι τάδε λέγει κύριος ἰδοὺ ἐγὼ σκελίζω τοὺς κατοικοῦντας τὴν γῆν ταύτην ἐν θλίψει ὅπως εὑρεθῇ ἡ πληγή σου
19 ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
οὐαὶ ἐπὶ συντρίμματί σου ἀλγηρὰ ἡ πληγή σου κἀγὼ εἶπα ὄντως τοῦτο τὸ τραῦμά μου καὶ κατέλαβέν με
20 ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
ἡ σκηνή μου ἐταλαιπώρησεν ὤλετο καὶ πᾶσαι αἱ δέρρεις μου διεσπάσθησαν οἱ υἱοί μου καὶ τὰ πρόβατά μου οὔκ εἰσιν οὐκ ἔστιν ἔτι τόπος τῆς σκηνῆς μου τόπος τῶν δέρρεών μου
21 କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
ὅτι οἱ ποιμένες ἠφρονεύσαντο καὶ τὸν κύριον οὐκ ἐξεζήτησαν διὰ τοῦτο οὐκ ἐνόησεν πᾶσα ἡ νομὴ καὶ διεσκορπίσθησαν
22 କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
φωνὴ ἀκοῆς ἰδοὺ ἔρχεται καὶ σεισμὸς μέγας ἐκ γῆς βορρᾶ τοῦ τάξαι τὰς πόλεις Ιουδα εἰς ἀφανισμὸν καὶ κοίτην στρουθῶν
23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
οἶδα κύριε ὅτι οὐχὶ τοῦ ἀνθρώπου ἡ ὁδὸς αὐτοῦ οὐδὲ ἀνὴρ πορεύσεται καὶ κατορθώσει πορείαν αὐτοῦ
24 ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।
παίδευσον ἡμᾶς κύριε πλὴν ἐν κρίσει καὶ μὴ ἐν θυμῷ ἵνα μὴ ὀλίγους ἡμᾶς ποιήσῃς
25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।
ἔκχεον τὸν θυμόν σου ἐπὶ ἔθνη τὰ μὴ εἰδότα σε καὶ ἐπὶ γενεὰς αἳ τὸ ὄνομά σου οὐκ ἐπεκαλέσαντο ὅτι κατέφαγον τὸν Ιακωβ καὶ ἐξανήλωσαν αὐτὸν καὶ τὴν νομὴν αὐτοῦ ἠρήμωσαν

< ଯିରିମୀୟ 10 >