< ଯିରିମୀୟ 11 >

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,
הדבר אשר היה אל ירמיהו מאת יהוה לאמר׃
2 “ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
שמעו את דברי הברית הזאת ודברתם אל איש יהודה ועל ישבי ירושלם׃
3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,
ואמרת אליהם כה אמר יהוה אלהי ישראל ארור האיש אשר לא ישמע את דברי הברית הזאת׃
4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
אשר צויתי את אבותיכם ביום הוציאי אותם מארץ מצרים מכור הברזל לאמר שמעו בקולי ועשיתם אותם ככל אשר אצוה אתכם והייתם לי לעם ואנכי אהיה לכם לאלהים׃
5 ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”
למען הקים את השבועה אשר נשבעתי לאבותיכם לתת להם ארץ זבת חלב ודבש כיום הזה ואען ואמר אמן יהוה׃
6 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।
ויאמר יהוה אלי קרא את כל הדברים האלה בערי יהודה ובחצות ירושלם לאמר שמעו את דברי הברית הזאת ועשיתם אותם׃
7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
כי העד העדתי באבותיכם ביום העלותי אותם מארץ מצרים ועד היום הזה השכם והעד לאמר שמעו בקולי׃
8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”
ולא שמעו ולא הטו את אזנם וילכו איש בשרירות לבם הרע ואביא עליהם את כל דברי הברית הזאת אשר צויתי לעשות ולא עשו׃
9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।
ויאמר יהוה אלי נמצא קשר באיש יהודה ובישבי ירושלם׃
10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।
שבו על עונת אבותם הראשנים אשר מאנו לשמוע את דברי והמה הלכו אחרי אלהים אחרים לעבדם הפרו בית ישראל ובית יהודה את בריתי אשר כרתי את אבותם׃
11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
לכן כה אמר יהוה הנני מביא אליהם רעה אשר לא יוכלו לצאת ממנה וזעקו אלי ולא אשמע אליהם׃
12 ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।
והלכו ערי יהודה וישבי ירושלם וזעקו אל האלהים אשר הם מקטרים להם והושע לא יושיעו להם בעת רעתם׃
13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।
כי מספר עריך היו אלהיך יהודה ומספר חצות ירושלם שמתם מזבחות לבשת מזבחות לקטר לבעל׃
14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
ואתה אל תתפלל בעד העם הזה ואל תשא בעדם רנה ותפלה כי אינני שמע בעת קראם אלי בעד רעתם׃
15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
מה לידידי בביתי עשותה המזמתה הרבים ובשר קדש יעברו מעליך כי רעתכי אז תעלזי׃
16 ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
זית רענן יפה פרי תאר קרא יהוה שמך לקול המולה גדלה הצית אש עליה ורעו דליותיו׃
17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
ויהוה צבאות הנוטע אותך דבר עליך רעה בגלל רעת בית ישראל ובית יהודה אשר עשו להם להכעסני לקטר לבעל׃
18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।
ויהוה הודיעני ואדעה אז הראיתני מעלליהם׃
19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
ואני ככבש אלוף יובל לטבוח ולא ידעתי כי עלי חשבו מחשבות נשחיתה עץ בלחמו ונכרתנו מארץ חיים ושמו לא יזכר עוד׃
20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
ויהוה צבאות שפט צדק בחן כליות ולב אראה נקמתך מהם כי אליך גליתי את ריבי׃
21 ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;
לכן כה אמר יהוה על אנשי ענתות המבקשים את נפשך לאמר לא תנבא בשם יהוה ולא תמות בידנו׃
22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
לכן כה אמר יהוה צבאות הנני פקד עליהם הבחורים ימתו בחרב בניהם ובנותיהם ימתו ברעב׃
23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”
ושארית לא תהיה להם כי אביא רעה אל אנשי ענתות שנת פקדתם׃

< ଯିରିମୀୟ 11 >