< ଯିରିମୀୟ 11 >
1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,
यह वह कलाम है जो ख़ुदावन्द की तरफ़ से यरमियाह पर नाज़िल हुआ, और उसने फ़रमाया,
2 “ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
कि “तुम इस 'अहद की बातें सुनो, और बनी यहूदाह और येरूशलेम के बाशिन्दों से बयान करो;
3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,
और तू उनसे कह, ख़ुदावन्द, इस्राईल का ख़ुदा, यूँ फ़रमाता है कि ला'नत उस इंसान पर जो इस 'अहद की बातें नहीं सुनता।
4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
जो मैंने तुम्हारे बाप — दादा से उस वक़्त फ़रमाईं, जब मैं उनको मुल्क — ए — मिस्र से लोहे के तनूर से, यह कह कर निकाल लाया कि तुम मेरी आवाज़ की फ़रमाँबरदारी करो, और जो कुछ मैंने तुम को हुक्म दिया है उस पर 'अमल करो, तो तुम मेरे लोग होगे और मैं तुम्हारा ख़ुदा हूँगा;
5 ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
ताकि मैं उस क़सम को जो मैंने तुम्हारे बाप — दादा से खाई कि मैं उनको ऐसा मुल्क दूँगा जिसमें दूध और शहद बहता हो, जैसा कि आज के दिन है, पूरा करूँ।” तब मैंने जवाब में कहा, ऐ ख़ुदावन्द, आमीन।
6 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।
फिर ख़ुदावन्द ने मुझे फ़रमाया, यहूदाह के शहरों और येरूशलेम के कूचों में इन सब बातों का 'ऐलान कर और कह: इस 'अहद की बातें सुनो और उन पर 'अमल करो।
7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
क्यूँकि मैं तुम्हारे बाप — दादा को जिस दिन से मुल्क — ए — मिस्र से निकाल लाया, आज तक ताकीद करता और वक़्त पर जताता और कहता रहा कि मेरी सुनो।
8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”
लेकिन उन्होंने कान न लगाया और शिनवा न हुए, बल्कि हर एक ने अपने बुरे दिल की सख़्ती की पैरवी की; इसलिए मैंने इस 'अहद की सब बातें, जिन पर 'अमल करने का उनको हुक्म दिया था और उन्होंने न किया, उन पर पूरी कीं।
9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।
तब ख़ुदावन्द ने मुझे फ़रमाया, यहूदाह के लोगों और येरूशलेम के बाशिन्दों में साज़िश पाई जाती है।
10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।
वह अपने बाप — दादा की तरफ़ जिन्होंने मेरी बातें सुनने से इन्कार किया, फिर गए और ग़ैर मा'बूदों के पैरौ होकर उनकी इबादत की, इस्राईल के घराने और यहूदाह के घराने ने उस 'अहद को जो मैंने उनके बाप — दादा से किया था तोड़ दिया।
11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
इसलिए ख़ुदावन्द यूँ फ़रमाता है कि देख, मैं उन पर ऐसी बला लाऊँगा जिससे वह भाग न सकेंगे, और वह मुझे पुकारेंगे पर मैं उनकी न सुनूँगा।
12 ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।
तब यहूदाह के शहर और येरूशलेम के बाशिन्दे जाएँगे और उन मा'बूदों को जिनके आगे वह ख़ुशबू जलाते हैं पुकारेंगे, लेकिन वह मुसीबत के वक़्त उनको हरगिज़ न बचाएँगे।
13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।
क्यूँकि ऐ यहूदाह, जितने तेरे शहर हैं उतने ही तेरे मा'बूद हैं, और जितने येरूशलेम के कूचे हैं उतने ही तुम ने उस रुस्वाई की वजह के लिए मज़बहे बनाए, या'नी बा'ल के लिए ख़ुशबू जलाने की क़ुर्बानगाहें।
14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
“इसलिए तू इन लोगों के लिए दुआ न कर और न इनके लिए अपनी आवाज़ बलन्द कर और न मिन्नत कर, क्यूँकि जब वह अपनी मुसीबत में मुझे पुकारेंगे मैं इनकी न सुनूँगा।
15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
मेरे घर में मेरी महबूबा को क्या काम जब कि वह बहुत ज़्यादा शरारत कर चुकी? क्या मन्नत और पाक गोश्त तेरी शरारत को दूर करेंगे? क्या तू इनके ज़रिए' से रिहाई पाएगी? तू शरारत करके ख़ुश होती है।
16 ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
ख़ुदावन्द ने ख़ुशमेवा हरा ज़ैतून, तेरा नाम रखा; उसने बड़े हंगामे की आवाज़ होते होते ही उसे आग लगा दी और उसकी डालियाँ तोड़ दी गईं।
17 ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
क्यूँकि रब्ब — उल — अफ़वाज ने जिसने तुझे लगाया, तुझ पर बला का हुक्म किया, उस बदी की वजह से जो इस्राईल के घराने और यहूदाह के घराने ने अपने हक़ में की कि बा'ल के लिए ख़ुशबू जला कर मुझे ग़ज़बनाक किया।”
18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।
ख़ुदावन्द ने मुझ पर ज़ाहिर किया और मैं जान गया, तब तूने मुझे उनके काम दिखाए।
19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
लेकिन मैं उस पालतू बर्रे की तरह था, जिसे ज़बह करने को ले जाते हैं; और मुझे मा'लूम न था कि उन्होंने मेरे ख़िलाफ़ मंसूबे बाँधे हैं कि आओ, दरख़्त को उसके फल के साथ हलाक करें और उसे ज़िन्दों की ज़मीन से काट डालें, ताकि उसके नाम का ज़िक्र तक बाक़ी न रहे।
20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
ऐ रब्बउल — अफ़वाज, जो सदाक़त से 'अदालत करता है, जो दिल — ओ — दिमाग़ को जाँचता है, उनसे इन्तक़ाम लेकर मुझे दिखा क्यूँकि मैंने अपना दावा तुझ ही पर ज़ाहिर किया।
21 ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
इसलिए ख़ुदावन्द फ़रमाता है, अन्तोत के लोगों के बारे में, जो यह कहकर तेरी जान के तलबगार हैं कि ख़ुदावन्द का नाम लेकर नबुव्वत न कर, ताकि तू हमारे हाथ से न मारा जाए।
22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
रब्ब — उल — अफ़वाज यूँ फ़रमाता है कि “देख, मैं उनको सज़ा दूँगा, जवान तलवार से मारे जाएँगे, उनके बेटे — बेटियाँ काल से मरेंगे;
23 ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”
और उनमें से कोई बाक़ी न रहेगा। क्यूँकि मैं 'अन्तोत के लोगों पर उनकी सज़ा के साल में आफ़त लाऊँगा।”