< ଯିରିମୀୟ 12 >

1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?
Yehova, Inu mumakhala wokhoza nthawi zonse ndikati nditsutsane nanu. Komabe ndikufuna kuyankhula nanu za mlandu wanga. Chifukwa chiyani anthu oyipa zinthu zimawayendera bwino? Chifukwa chiyani anthu achinyengo amakhala pabwino?
2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
Inu munawadzala ndipo anamera mizu; amakula ndi kubereka zipatso. Dzina lanu limakhala pakamwa pawo nthawi zonse, koma mitima yawo imakhala kutali ndi Inu.
3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
Koma Inu Yehova, ine mumandidziwa; mumandiona ndipo mumayesa zolingalira zanga. Akokeni anthu oyipawo ngati nkhosa zokaphedwa! Ayikeni padera mpaka tsiku loti akaphedwe!
4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”
Kodi dziko lidzakhala likulirabe mpaka liti ndipo udzu mʼmunda uliwonse udzakhalabe ofota mpaka liti? Nyama ndi mbalame kulibiretu chifukwa anthu amene amakhalamo ndi oyipa. Iwo amati: “Yehova sangathe kuona ntchito zathu.”
5 “ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
Yehova anayankha kuti, “Ngati kukutopetsa kuthamanga pamodzi ndi anthu nanga ungapikisane bwanji ndi akavalo? Ngati ukupunthwa ndi kugwa pa malo abwino, udzatha bwanji kuthamanga mʼnkhalango za ku Yorodani?
6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”
Ngakhale abale ako ndi anansi akuwukira, onsewo amvana zokuyimba mlandu. Usawakhulupirire, ngakhale ayankhule zabwino ndi iwe.
7 “ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
“Ine ndawasiya anthu anga; anthu amene ndinawasankha ndawataya. Ndapereka okondedwa anga mʼmanja mwa adani awo.
8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
Anthu amene ndinawasankha asanduka ngati mkango wa mʼnkhalango. Akundibangulira mwaukali; nʼchifukwa chake Ine ndikudana nawo.
9 ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
Anthu anga amene ndinawasankha asanduka ngati mbalame yolusa yamawangamawanga imene akabawi ayizinga. Pitani, kasonkhanitseni nyama zakuthengo. Mubwere nazo kuti zidzadye mbalameyo.
10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
Abusa ambiri anawononga munda wanga wa mpesa, anapondereza munda wanga; munda wanga wabwino uja anawusandutsa chipululu.
11 ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।
Unawusandutsadi chipululu. Ukanali wokhawokha chomwecho ukundilirira Ine. Dziko lonse lasanduka chipululu chifukwa palibe wolisamalira.
12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।
Anthu onse owononga abalalikira ku zitunda zonse za mʼchipululu. Yehova watuma ankhondo ake kudzawatha kuyambira kumalire ena a dziko mpaka ku malire enanso a dziko, ndipo palibe amene adzakhale pa mtendere.
13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”
Anthu anafesa tirigu koma anatuta minga; anadzitopetsa kugwira ntchito koma osapeza phindu lililonse. Choncho mudzachita manyazi ndi zokolola zanu chifukwa cha mkwiyo wa Yehova.”
14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।
“Anthu oyipa oyandikana ndi anthu anga Aisraeli, akuwalanda Aisraeliwo dziko, cholowa chimene ndinawapatsa. Nʼchifukwa chake ndidzawachotsa mʼdziko limenelo, ndipo ndidzachotsa banja la Yuda pakati pawo.
15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।
Komabe nditawachotsa, ndidzawachitiranso chifundo, ndipo ndidzabwezera aliyense cholowa chake ndi dziko lake.
16 ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Ndipo ngati iwo adzaphunzira bwino njira za anthu anga ndi kulumbira mʼdzina langa, namanena kuti, ‘Pali Yehova wamoyo,’ monga iwo anaphunzitsira anthu anga kulumbira mʼdzina la Baala, Ine ndidzawakhazikitsa pakati pa anthu anga.
17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି।”
Koma ngati mtundu wina uliwonse sudzamvera, Ine ndidzawuchotsa ndi kuwuwonongeratu,” akutero Yehova.

< ଯିରିମୀୟ 12 >