< ଯିରିମୀୟ 12 >
1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?
In kare kinde duto, yaye Jehova Nyasaye, sa moro amora makelo bucha e nyimi. To kata kamano we mondo awuoye kodi kuom ngʼado bura mari makare: Ere gima omiyo yore mag joma timbegi mono dhi maber? Angʼo momiyo jogo maonge yie odak maber?
2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
Isepidhogi, kendo tiendegi osenyaa; gidongo kendo ginywolo olemo. Wechegi osiko e dhogi kinde duto to chunygi bor kodi.
3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
Kata kamano ingʼeya, yaye Jehova Nyasaye; inena kendo ipimo pacha kaka aparo kuomi. Ywagi tenge kaka rombo mitero kar yengʼo! Ketgi tenge ne odiechieng yengʼo!
4 କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”
Nyaka karangʼo ma piny biro siko kotwo kendo lum motwi e lege ner? Nikech joma odak e iye timbegi mono, le kod winy osetho. Kata kamano, jogo wacho, “Ok none gima timorenwa.”
5 “ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
Ka isepiem gi jogo mawuotho gi tielo ma gioli, to ere kaka inyalo piem gi farese? Ka ichwanyori e piny man-gi kwe, ere kaka inyalo wuotho e bungu man Jordan?
6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”
Oweteni ma jo-dalau bende osendhogi; kendo gisegolo ywak maduongʼ ka gikwedi. Kik igen kuomgi, kata obedo ni giwuoyo maber kuomi.
7 “ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
“Anajwangʼ oda, anabol girkeni maga; anachiw ngʼatno mahero e lwet wasike.
8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
Girkeni osebedona ka sibuor manie bungu. Orutona; omiyo amon kode.
9 ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
Donge girkeni maga osebedona ka kweth mag achudhe, ma achudhe mamoko lworo mondo okedgo? Dhi kendo ichok le mag bungu duto; kelgi mondo gikidh joga.
10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
Jokwath mangʼeny biro ketho puotha mar mzabibu kendo ginyon puotha; gibiro loko puotha mamiyo bedo puodho motwo mojwangʼ.
11 ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।
Enobed puodho mojwangʼ, motwo, kendo machalo gunda e nyima; pinyno duto noyugno nikech onge ngʼama dewe.
12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।
Kuonde duto mag ongoro motingʼore gi malo mantiere kama otwo, joketho nopongʼ, nimar ligangla Jehova Nyasaye notiekgi, koa e tungʼ piny konchiel nyaka komachielo; maonge ngʼama notony.
13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”
Ginipidh ngano makmana ginikaa kuthe; gini nyagre gi tich to onge ohala ma giniyudi. Omiyo yuduru wichkuot mar keyo maru nikech mirimb Jehova Nyasaye mager.”
14 ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।
Ma e gima Jehova Nyasaye wacho: “To ne jobatha duto ma timbegi mono mamayo joga Israel girkeni mane amiyogi, anapudhgi e pinjegi kendo anagol od Juda e diergi.
15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।
To bangʼ ka asegologi, anakechgi kendo, bende anaduog moro ka moro ir girkeni mare owuon kod pinye owuon.
16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Kendo ka gipuonjore maber yore mag joga kendo gikwongʼore gi nyinga, kagiwacho ni, ‘Akwongʼora gi nying Jehova Nyasaye mangima,’ mana kaka negipuonjo joga mondo okwongʼre ne Baal, eka gibiro dak e dier joga.
17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି।”
To ka oganda moro amora ok dwar chiko ite, to anapudhe chuth mi atieke,” Jehova Nyasaye ema owacho.