< ଯିରିମୀୟ 13 >

1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
Yehova anandiwuza kuti, “Pita kagule lamba wansalu yosalala ndipo ukavale mʼchiwuno mwako, koma usakamuviyike mʼmadzi.”
2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
Choncho ndinakagula lambayo, monga momwe anandiwuzira Yehova, ndipo ndinamanga mʼchiwuno mwanga.
3 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Kenaka Yehova anandiyankhulanso kachiwiri kuti,
4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
“Tenga lamba amene unagula ndi kuvala mʼchiwuno mwako uja. Tsono pita ku mtsinje wa Yufurate ndipo ukamubise lambayo mʼmingʼalu ya mʼmatanthwe.”
5 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
Ndipo ndinapitadi ndi kukabisa lambayo ku Yufurate, monga anenera Yehova.
6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
Patapita masiku ambiri Yehova anandiwuzanso kuti, “Pitanso ku Yufurate ndipo ukatenge lamba amene ndinakuwuza kuti ukamubise kumeneko.”
7 ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
Choncho ndinapita ku Yufurate kukafukula lambayo ndi kumuchotsa pamalo pamene ndinamubisa, koma nthawi imeneyi nʼkuti lambayo atawonongeka kotheratu ndipo analibenso ntchito.
8 ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Pamenepo Yehova anandiwuza kuti,
9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
“Izi ndi zimene ine ndikunena: ‘Umu ndi mmene ndidzawonongere zimene akunyadira kwambiri a ku Yuda ndi a ku Yerusalemu.
10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
Anthuwa ndi oyipa. Iwo akana kumvera mawu anga. Mʼmalo mwake amawumirira kutsata milungu ina, kuyitumikira ndi kuyipembedza. Anthu amenewa adzakhala ngati lamba wopanda ntchitoyu.
11 କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
Monga momwe lamba amakanirira mʼchiwuno cha munthu, momwemonso ndinakonza kuti nyumba yonse ya Israeli ndi nyumba yonse ya Yuda indikangamire Ine kuti akhale anthu anga, kuti azitamanda dzina langa ndi kulemekeza Ine. Koma iwo sanamvere,’ akutero Yehova.
12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
“Awuze anthuwo kuti, ‘Yehova Mulungu wa Israeli akuti: Mtsuko uliwonse adzawudzaza ndi vinyo.’ Ndipo ngati iwo anena kwa iwe kuti, ‘Kodi ngati ife sitikudziwa kuti mtsuko uliwonse udzadzazidwa ndi vinyo?’
13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।
Tsono iwe uwawuze kuti, Yehova akuti ‘Ine ndidzaledzeretsa anthu onse okhala mʼdziko muno, kuyambira mafumu amene amakhala pa mpando waufumu wa Davide, ansembe, aneneri, pamodzi ndi anthu onse amene akukhala mu Yerusalemu.
14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
Ndidzawagundanitsa mitu kuti aphwanyane okhaokha ngati mitsuko, makolo ndi ana awo, akutero Yehova. Sindidzawamvera chisoni kapena kuwachitira chifundo kapena kukhudzidwa nawo kuti ndileke kuwawononga.’”
15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Imvani inu Aisraeli ndipo tcherani khutu, musadzitukumule, pakuti ndi Yehova amene akuyankhula.
16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Lemekezani Yehova Mulungu wanu asanagwetse mdima, mapazi anu asanayambe kupunthwa mʼchisisira chamʼmapiri. Asanasandutse kuwala mukuyembekezerako kukhala mdima wandiweyani.
17 ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Koma ngati simumvera, ndidzalira kwambiri chifukwa cha kunyada kwanu. Mʼmaso mwanga mwadzaza ndi misozi yowawa chifukwa nkhosa za Yehova zatengedwa ukapolo.
18 ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।
Uza mfumu pamodzi ndi amayi ake kuti, “Tsikani pa mipando yaufumuyo, pakuti zipewa zanu zaufumu zokongolazo zagwa pansi.”
19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
Mizinda ya ku Negevi yatsekedwa ndipo palibe wina woti nʼkuyitsekula. Yuda yense watengedwa kupita ku ukapolo, watengedwa yense ukapolo.
20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
Tukula maso ako kuti uwone amene akubwera kuchokera kumpoto. Kodi nkhosa zimene anakusungitsa zili kuti, nkhosa zanu zokongola zija?
21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
Kodi udzanena chiyani pamene [Yehova] adzakuyikira anthu amene unkanena kuti ndi abale ako akukugonjetsa ndi kukulamulira? Kodi sudzamva zowawa ngati za mayi pa nthawi yake yochira?
22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ, ) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Ndipo ngati udzadzifunsa kuti, “Kodi zimenezi zandichitikira chifukwa chiyani?” Ndi chifukwa cha machimo anu ambiri kuti zovala zanu zingʼambike ndiponso kuti akuchitireni nkhanza.
23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
Kodi wa dziko la Kusi nʼkusintha khungu lake, kapena kambuku kusintha mawanga ake? Inunso amene munazolowera kuchita zoyipa simungathe kusintha.
24 ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
“Ine ndidzakumwazani ngati mankhusu amene amawuluka ndi mphepo ya ku chipululu.
25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Limeneli ndiye gawo lanu, chilango chimene ndakukonzerani chifukwa chondiyiwala Ine ndi kutumikira milungu yabodza, akutero Yehova.
26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Ine ndidzakwinya zovala zanu mpaka ku maso kuti umaliseche wanu uwonekere.
27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”
Ndaona zonyansa zanu: zigololo zanu, kutchetcherera kwanu ndi ziwerewere zanu, zochitika pa mapiri ndi mʼminda. Tsoka iwe Yerusalemu! Udzakhala wosayeretsedwa pa zachipembedzo mpaka liti?”

< ଯିରିମୀୟ 13 >