< ଯିରିମୀୟ 13 >
1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
Så sa Herren til mig: Gå og kjøp dig et lerretsbelte og legg det om dine lender, men la det ikke komme i vann!
2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
Og jeg kjøpte beltet efter Herrens ord og la det om mine lender.
3 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Og Herrens ord kom til mig annen gang, og det lød så:
4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
Ta det belte du kjøpte, det som er om dine lender, og stå op, gå til Eufrat og skjul det der i en bergkløft!
5 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
Og jeg gikk og skjulte det ved Eufrat, som Herren hadde befalt mig.
6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
Og lang tid efter sa Herren til mig: Stå op, gå til Eufrat og hent derfra det belte som jeg bød dig å skjule der.
7 ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
Og jeg gikk til Eufrat og gravde og tok beltet fra det sted hvor jeg hadde skjult det; og se, beltet var ødelagt, det dudde ikke til noget.
8 ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Da kom Herrens ord til mig:
9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
Så sier Herren: Således vil jeg gjøre ende på Judas og Jerusalems store overmot.
10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
Dette onde folk, som ikke vil høre på mine ord, som følger sitt hårde hjerte og går efter andre guder for å dyrke og tilbede dem, det skal bli lik dette belte som ikke duer til noget!
11 କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
For likesom beltet fester sig til en manns lender, således festet jeg hele Israels hus og hele Judas hus til mig, sier Herren, forat det skulde være mitt folk og være mig til navnkundighet og til pris og til pryd; men de hørte ikke.
12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
Og du skal si til dem dette ord: Så sier Herren, Israels Gud: Hver vinkrukke blir fylt med vin. Og de skal si til dig: Vet vi da ikke at hver vinkrukke blir fylt med vin?
13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।
Og da skal du si til dem: Så sier Herren: Se, jeg fyller alle dette lands innbyggere og kongene som sitter på Davids trone, og prestene og profetene og alle Jerusalems innbyggere, så de blir drukne.
14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
Og jeg vil knuse dem, den ene mot den andre, både fedrene og barna alle sammen, sier Herren; jeg vil ikke skåne og ikke spare og ikke forbarme mig, så jeg lar være å ødelegge dem.
15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Hør og gi akt, vær ikke overmodige! For Herren taler.
16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Gi Herren eders Gud ære, før han lar det bli mørkt, og før eders føtter støter sig på de mørke fjell! I venter på lys, og han gjør det til dødsskygge, lar det bli til belgmørke!
17 ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Men vil I ikke høre på dette, da skal min sjel gråte i lønndom over slikt overmot, og mitt øie skal gråte så tårene triller, fordi Herrens hjord blir bortført i fangenskap.
18 ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ ମୁକୁଟ ତଳେ ପଡ଼ିଅଛି।
Si til kongen og til kongens mor: Sett eder ned i det lave! For eders prektige krone er falt av eders hode.
19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
Sydlandets byer er lukket, og det er ingen som lukker op; hele Juda er bortført, det er bortført, til siste mann.
20 ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
Løft eders øine og se dem som kommer fra Norden! Hvor er nu den hjord som var gitt dig, dine herlige får?
21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
Hvad vil du si når han setter fortrolige venner til høvdinger over dig, dem som du selv har oplært til det? Skulde ikke veer gripe dig, som en fødende kvinne?
22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ, ) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Og når du sier i ditt hjerte: Hvorfor har dette hendt mig? så vit: For dine mange misgjerningers skyld er kanten på din kjole løftet op, dine hæler blottet med vold.
23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
Kan en morian omskifte sin hud, eller en leopard sine flekker? - Da kan også I gjøre godt, I som er vant til å gjøre ondt.
24 ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
Så vil jeg da adsprede dem likesom strå som farer avsted for ørkenens vind.
25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Dette er din lodd, din tilmålte del fra mig, sier Herren, fordi du har glemt mig og satt din lit til løgn.
26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Så vil da også jeg løfte kanten på din kjole op over ditt ansikt, så din skam blir sett.
27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”
Ditt horelevnet og din vrinsken, din skammelige utukt på haugene ute på marken, ja dine vederstyggeligheter har jeg sett. Ve dig, Jerusalem! Hvor lenge vil det ikke ennu vare før du blir ren!