< ଯିରିମୀୟ 14 >

1 ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
The Word of the Lord that came to Jeremias concerning the words of the drought.
2 “ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
Judea hath mourned, and the gates thereof are fallen, and are become obscure on the ground, and the cry of Jerusalem is gone up.
3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
The great ones sent their inferiors to the water: they came to draw, they found no water, they carried back their vessels empty: they were confounded and afflicted, and covered their heads.
4 ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
For the destruction of the land, because there came no rain upon the earth, the husbandmen were confounded, they covered their heads.
5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
Yea, the hind also brought forth in the field, and left it, because there was no grass.
6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
And the wild asses stood upon the rocks, they snuffed up the wind like dragons, their eyes failed, because there was no grass.
7 “ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
If our iniquities have testified against us, O Lord, do thou it for thy name’s sake, for our rebellions are many, we have sinned against thee.
8 ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
O expectation of Israel, the Saviour thereof in time of trouble: why wilt thou be a stranger in the land, and as a wayfaring man turning in to lodge?
9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
Why wilt thou be as a wandering man, as a mighty man that cannot save? but thou, O Lord, art among us, and thy name is called upon by us, forsake us not.
10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Thus saith the Lord to his people, that have loved to move their feet, and have not rested, and have not pleased the Lord: He will now remember their iniquities, and visit their sins.
11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
And the Lord said to me: Pray not for this people for their good.
12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
When they fast I will not hear their prayers: and if they offer holocausts and victims, I will not receive them: for I will consume them by the sword, and by famine, and by the pestilence.
13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
And I said: Ah, ah, ah, O Lord God, the prophets say to them: You shall not see the sword, and there shall be no famine among you, but he will give you true peace in this place.
14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
And the Lord said to me: The prophets prophesy falsely in my name: I sent them not, neither have I commanded them, nor have I spoken to them: they prophesy unto you a lying vision, and divination and deceit, and the seduction of their own heart.
15 ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Therefore thus saith the Lord concerning the prophets that prophecy in my name, whom I did not send, that say: Sword and famine shall not be in this land: By sword and famine shall those prophets be consumed.
16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
And the people to whom they prophecy, shall be cast out in the streets of Jerusalem because of the famine and the sword, and there shall be none to bury them: they and their wives, their sons and their daughters, and I will pour out their wickedness upon them.
17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
And thou shalt speak this word to them: Let my eyes shed down tears night and day, and let them not cease, because the virgin daughter of my people is afflicted with a great affliction, with an exceeding grievous evil.
18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
If I go forth into the fields, behold the slain with the sword: and if I enter into the city, behold them that are consumed with famine. The prophet also and the priest are gone into a land which they knew not.
19 ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Hast thou utterly cast away Juda, or hath thy soul abhorred Sion? why then hast thou struck us, so that there is no healing for us? we have looked for peace, and there is no good: and for the time of healing, and behold trouble.
20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
We acknowledge, O Lord, our wickedness, the iniquities of our fathers, because we have sinned against thee.
21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Give us not to be a reproach, for thy name’s sake, and do not disgrace in us the throne of thy glory: remember, break not thy covenant with us.
22 ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Are there any among the graven things of the Gentiles that can send rain? or can the heavens give showers? art not thou the Lord our God, whom we have looked for? for thou hast made all these things.

< ଯିରିମୀୟ 14 >