< ଯିରିମୀୟ 14 >

1 ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
Hili ndilo neno la Bwana kwa Yeremia kuhusu ukame:
2 “ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
“Yuda anaomboleza, miji yake inayodhoofika; wanaomboleza kwa ajili ya nchi, nacho kilio kinapanda kutoka Yerusalemu.
3 ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
Wakuu wanawatuma watumishi wao maji; wanakwenda visimani lakini humo hakuna maji. Wanarudi na vyombo bila maji; wakiwa na hofu na kukata tamaa, wanafunika vichwa vyao.
4 ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
Ardhi imepasuka nyufa kwa sababu hakuna mvua katika nchi; wakulima wana hofu na wanafunika vichwa vyao.
5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
Hata kulungu mashambani anamwacha mtoto wake aliyezaliwa wakati huo huo kwa sababu hakuna majani.
6 ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
Punda-mwitu wanasimama juu ya miinuko iliyo kame na kutweta kama mbweha; macho yao yanakosa nguvu za kuona kwa ajili ya kukosa malisho.”
7 “ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Ingawa dhambi zetu zinashuhudia juu yetu, Ee Bwana, tenda jambo kwa ajili ya jina lako. Kwa kuwa kukengeuka kwetu ni kukubwa, nasi tumetenda dhambi dhidi yako.
8 ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
Ee Tumaini la Israeli, Mwokozi wake wakati wa taabu, kwa nini unakuwa kama mgeni katika nchi, kama msafiri anayekaa kwa usiku mmoja tu?
9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
Mbona unakuwa kama mtu aliyeshtukizwa, kama shujaa asiye na uwezo wa kuokoa? Wewe uko katikati yetu, Ee Bwana, nasi tunaitwa kwa jina lako; usituache!
10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Hili ndilo Bwana asemalo kuhusu watu hawa: “Wanapenda sana kutangatanga, hawaizuii miguu yao. Hivyo Bwana hawakubali; sasa ataukumbuka uovu wao na kuwaadhibu kwa ajili ya dhambi zao.”
11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
Kisha Bwana akaniambia, “Usiombe kwa ajili ya mafanikio ya watu hawa.
12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Ingawa wanafunga, sitasikiliza kilio chao; hata wakitoa dhabihu za kuteketezwa na dhabihu za nafaka, sitazikubali. Badala yake, nitawaangamiza kwa upanga, njaa na tauni.”
13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”
Lakini nikasema, “Aa, Bwana Mwenyezi, manabii wanaendelea kuwaambia, ‘Hamtaona upanga wala kukabiliwa na njaa. Naam, nitawapa amani ya kudumu mahali hapa.’”
14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
Ndipo Bwana akaniambia, “Manabii wanatabiri uongo kwa jina langu. Sikuwatuma, wala sikuwaweka, wala sikusema nao. Wanawatabiria maono ya uongo, maaguzi, maono ya sanamu zisizofaa kitu, na madanganyo ya mawazo yao wenyewe.
15 ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Kwa hiyo, hili ndilo Bwana asemalo kuhusu manabii wanaotabiri kwa jina langu: Mimi sikuwatuma, lakini wanasema, ‘Hakuna upanga wala njaa itakayoigusa nchi hii.’ Manabii hao hao watakufa kwa upanga na njaa.
16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।
Nao watu hao wanaowatabiria watatupwa nje katika barabara za Yerusalemu kwa sababu ya njaa na upanga. Hapatakuwepo yeyote wa kuwazika wao au wake zao, wana wao au binti zao. Nitawamwagia maafa wanayostahili.
17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
“Nena nao neno hili: “‘Macho yangu na yatiririkwe na machozi usiku na mchana bila kukoma; kwa kuwa binti yangu aliye bikira, yaani watu wangu, amepata jeraha baya, pigo la kuangamiza.
18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”
Kama nikienda mashambani, ninaona wale waliouawa kwa upanga; kama nikienda mjini, ninaona maangamizi ya njaa. Nabii na kuhani kwa pamoja wamekwenda katika nchi wasiyoijua.’”
19 ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Je, umemkataa Yuda kabisa? Umemchukia Sayuni kabisa? Kwa nini umetuumiza hata hatuwezi kuponyeka? Tulitarajia amani, lakini hakuna jema lililotujia; tulitarajia wakati wa kupona lakini kuna hofu kuu tu.
20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Ee Bwana, tunatambua uovu wetu na kosa la baba zetu; kweli tumetenda dhambi dhidi yako.
21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Kwa ajili ya jina lako usituchukie kabisa; usikidharau kiti chako cha enzi kilichotukuka. Kumbuka agano lako nasi na usilivunje.
22 ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Je, kuna sanamu yoyote isiyofaa kitu ya mataifa iwezayo kuleta mvua? Je, anga peke yake zaweza kutoa mvua? La hasha, ni wewe peke yako, Ee Bwana, Mungu wetu. Kwa hiyo tumaini letu liko kwako, kwa kuwa wewe ndiwe ufanyaye haya yote.

< ଯିରିମୀୟ 14 >