< ଯିରିମୀୟ 15 >

1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
I reče mi Jahve: “Kad bi i Mojsije i Samuel stali pred lice moje, ne bi mi se duša obratila narodu tome. Otjeraj ih ispred lice mojega, neka idu od mene!
2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’
Ako te upitaju: 'Kamo da idemo?' odgovori im: 'Ovako govori Jahve: Tko je za smrt, u smrt! Tko je za mač, pod mač! Tko je za glad, u glad! Tko je za izgnanstvo, u izgnanstvo!'
3 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
Poslat ću na njih četiri nevolje - riječ je Jahvina: mač da ih ubija, pse da ih rastrgaju, ptice nebeske i zvjerad da ih žderu i zatiru.
4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
I učinit ću ih užasom svim kraljevstvima zemaljskim, i to zbog Manašea, sina Ezekijina, kralja judejskoga - za sva zla što ih počini u Jeruzalemu.”
5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?
“Tko da se smiluje tebi, Jeruzaleme, tko da te požali? Tko li će se svratit' da te zapita kako ti je?
6 ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
Ti me odbaci - riječ je Jahvina - i leđa mi okrenu. I zato na te digoh ruku zatornicu. Dojadi mi da ti uvijek praštam!
7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।
Zato ću ih izvijati vijačom na vratima zemlje ove. Narod svoj ću lišit' djece i istrijebit' ga, jer se ne obraćaju sa svojih putova.
8 ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।
Bit će u njih više udovica negoli pijeska morskoga. Na majke mladih ratnika dovest ću zatornika, usred podneva, i pustit ću na njih iznenada užas i strahotu.
9 ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।
Onesvijestila se roditeljka sedmero djece, dušu ispustila. Sunce joj zađe još za dana: postiđena, osramoćena je. A što od njih ostane, pod mač ću vrći pred njihovim dušmanima” - riječ je Jahvina.
10 ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
Jao meni, majko, što si me rodila, da svađam se i prepirem sa svom zemljom. Nikom ne uzajmih, ni od koga zajma ne uzeh, a ipak svi me proklinju.
11 ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।
Uistinu, o Jahve, nisam li ti služio za njihovo dobro, nisam li tražio milost u tebe za neprijatelja svoga, u doba nevolje, u danima tjeskobe njegove? Ti to dobro znaš!
12 ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
Može l' se željezo slomiti, željezo sa Sjevera i mjed?
13 ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।
Tvoje bogatstvo i blago tvoje pljački ću predati. Tako ćeš platiti za sva bezakonja svoja po svoj zemlji.
14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”
Učinit ću te robljem neprijatelja u zemlji koju ne poznaješ, jer gnjev moj planu ognjem koji će vas sažgati, koji će protiv vas buknuti.
15 ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।
Jahve, spomeni me se i pohodi me i kazni progonitelje moje. Ne daj da propadnem zbog sporosti srdžbe tvoje! Spomeni se da tebe radi podnosim sramotu.
16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
Kad mi dođoše riječi tvoje, ja sam ih gutao: riječi tvoje ushitiše i obradovaše srce moje. Jer sam se tvojim zvao imenom, o Jahve, Bože nad Vojskama.
17 ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।
Nikad sjedio nisam u društvu veseljaka da se razveselim. Pod težinom ruke tvoje samotan živim, jer ti me jarošću prože.
18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
Zašto je bol moja bez prebola? Zašto je rana moja neiscjeljiva i nikako da zaraste? Ah! Hoćeš li meni biti kao potok nestalan, vodama nepouzdan?
19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।
Zato ovako govori Jahve: “Ako se vratiš, pustit ću te da mi opet služiš; ako odvojiš dragocjeno od bezvrijedna, bit ćeš usta moja. Oni će se okrenuti k tebi, al' ti se zato ne smiješ okrenuti k njima!
20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
Učinit ću od tebe za ovaj narod zid od mjedi, neosvojiv. Borit će se protiv tebe, al' te neće nadvladati, jer ja sam s tobom, da te spasim i izbavim” - riječ je Jahvina.
21 ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”
“Izbavit ću te iz ruku zlikovaca i otkupiti te iz ruku silnika.”

< ଯିରିମୀୟ 15 >