< ଯିରିମୀୟ 16 >

1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,
耶和华的话又临到我说:
2 ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।
“你在这地方不可娶妻,生儿养女。
3 କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
因为论到在这地方所生的儿女,又论到在这国中生养他们的父母,耶和华如此说:
4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
他们必死得甚苦,无人哀哭,必不得葬埋,必在地上像粪土,必被刀剑和饥荒灭绝;他们的尸首必给空中的飞鸟和地上的野兽作食物。”
5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
耶和华如此说:“不要进入丧家,不要去哀哭,也不要为他们悲伤,因我已将我的平安、慈爱、怜悯从这百姓夺去了。这是耶和华说的。
6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
连大带小,都必在这地死亡,不得葬埋。人必不为他们哀哭,不用刀划身,也不使头光秃。
7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।
他们有丧事,人必不为他们擘饼,因死人安慰他们;他们丧父丧母,人也不给他们一杯酒安慰他们。
8 ପୁଣି, ତୁମ୍ଭେ ଭୋଜନପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।
你不可进入宴乐的家,与他们同坐吃喝。
9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।
因为万军之耶和华—以色列的 神如此说:你们还活着的日子在你们眼前,我必使欢喜和快乐的声音,新郎和新妇的声音,从这地方止息了。
10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’
“你将这一切的话指示这百姓。他们问你说:‘耶和华为什么说,要降这大灾祸攻击我们呢?我们有什么罪孽呢?我们向耶和华—我们的 神犯了什么罪呢?’
11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
你就对他们说:‘耶和华说:因为你们列祖离弃我,随从别神,事奉敬拜,不遵守我的律法,
12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;
而且你们行恶比你们列祖更甚;因为各人随从自己顽梗的恶心行事,甚至不听从我,
13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”
所以我必将你们从这地赶出,直赶到你们和你们列祖素不认识的地。你们在那里必昼夜事奉别神,因为我必不向你们施恩。’”
14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
耶和华说:“日子将到,人必不再指着那领以色列人从埃及地上来之永生的耶和华起誓,
15 ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
却要指着那领以色列人从北方之地,并赶他们到的各国上来之永生的耶和华起誓,并且我要领他们再入我从前赐给他们列祖之地。”
16 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
耶和华说:“我要召许多打鱼的把以色列人打上来,然后我要召许多打猎的,从各山上、各冈上、各石穴中猎取他们。
17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
因我的眼目察看他们的一切行为;他们不能在我面前遮掩,他们的罪孽也不能在我眼前隐藏。
18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
我先要加倍报应他们的罪孽和罪恶;因为他们用可憎之尸玷污我的地土,又用可厌之物充满我的产业。”
19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
耶和华啊,你是我的力量, 是我的保障; 在苦难之日是我的避难所。 列国人必从地极来到你这里, 说:我们列祖所承受的, 不过是虚假,是虚空无益之物。
20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”
人岂可为自己制造神呢? 其实这不是神。
21 “ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”
耶和华说:“我要使他们知道,就是这一次使他们知道我的手和我的能力。他们就知道我的名是耶和华了。”

< ଯିରିମୀୟ 16 >