< ଯିରିମୀୟ 16 >

1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,
Kisha neno la Bwana likanijia:
2 ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।
“Kamwe usioe na kuwa na wana wala binti mahali hapa.”
3 କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
Kwa maana hili ndilo asemalo Bwana kuhusu wana na binti wazaliwao katika nchi hii, na kuhusu wale wanawake ambao ni mama zao, na wale wanaume ambao ni baba zao:
4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
“Watakufa kwa magonjwa ya kufisha. Hawataombolezewa wala kuzikwa, lakini watakuwa kama mavi yaliyosambaa juu ya ardhi. Watakufa kwa upanga na kwa njaa, nazo maiti zao zitakuwa chakula cha ndege wa angani, na cha wanyama wa nchi.”
5 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
Kwa kuwa hili ndilo asemalo Bwana: “Usiingie katika nyumba ambayo kuna chakula cha matanga, usiende kuwaombolezea wala kuwahurumia, kwa sababu nimeziondoa baraka zangu, upendo wangu na huruma zangu kutoka kwa watu hawa,” asema Bwana.
6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
“Wakubwa na wadogo watakufa katika nchi hii. Hawatazikwa wala kuombolezewa, na hakuna atakayejikatakata au kunyoa nywele za kichwa chake kwa ajili yao.
7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।
Hakuna yeyote atakayewapa chakula ili kuwafariji wale waombolezao kwa ajili ya wale waliokufa, hata akiwa amefiwa na baba au mama, wala hakuna yeyote atakayewapa kinywaji ili kuwafariji.
8 ପୁଣି, ତୁମ୍ଭେ ଭୋଜନପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।
“Usiingie katika nyumba ambayo kuna karamu, na kuketi humo ili kula na kunywa.
9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।
Kwa kuwa hili ndilo asemalo Bwana Mwenye Nguvu Zote, aliye Mungu wa Israeli: ‘Mbele ya macho yako na katika siku zako, nitakomesha sauti zote za shangwe na za furaha, na pia sauti za bibi arusi na bwana arusi mahali hapa.’
10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’
“Utakapowaambia watu hawa mambo haya yote na wakakuuliza, ‘Kwa nini Bwana ameamuru maafa makubwa kama haya dhidi yetu? Tumefanya kosa gani? Tumetenda dhambi gani dhidi ya Bwana, Mungu wetu?’
11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
Basi waambie, ‘Ni kwa sababu baba zenu waliniacha mimi, wakafuata miungu mingine ili kuitumikia na kuiabudu. Waliniacha mimi na hawakuishika sheria yangu,’ asema Bwana.
12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;
‘Lakini ninyi mmetenda uovu zaidi kuliko baba zenu. Tazama jinsi ambavyo kila mmoja wenu anafuata ukaidi wa moyo wake mbaya, badala ya kunitii mimi.
13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”
Kwa hiyo nitawaondoa katika nchi hii na kuwatupa katika nchi ambayo ninyi wala baba zenu hamkuijua, nako huko mtaitumikia miungu mingine usiku na mchana, kwa maana sitawapa fadhili zangu huko.’
14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
“Hata hivyo, siku zinakuja,” asema Bwana, “wakati ambapo watu hawatasema tena, ‘Hakika kama Bwana aishivyo, aliyewapandisha Waisraeli kutoka Misri,’
15 ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
bali watasema, ‘Hakika kama Bwana aishivyo, aliyewatoa wana wa Israeli kutoka nchi ya kaskazini na nchi zote alizokuwa amewafukuzia.’ Maana nitawarudisha katika nchi niliyowapa baba zao.
16 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
“Lakini sasa nitawaagiza wavuvi wengi,” asema Bwana, “nao watawavua. Baada ya hilo, nitawaagizia wawindaji wengi, nao watawawinda kwenye kila mlima na kilima, na katika nyufa za miamba.
17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
Macho yangu yanaziona njia zao zote, hazikufichika kwangu, wala dhambi yao haikusitirika.
18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Nitawalipiza maradufu kwa ajili ya uovu wao na dhambi yao, kwa sababu wameinajisi nchi yangu kwa maumbo yasiyo na uhai ya vinyago vyao vibaya, na kuujaza urithi wangu na sanamu za kuchukiza.”
19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
Ee Bwana, nguvu zangu na ngome yangu, kimbilio langu wakati wa taabu, kwako mataifa yatakujia kutoka miisho ya dunia na kusema, “Baba zetu hawakuwa na chochote zaidi ya miungu ya uongo, sanamu zisizofaa kitu ambazo hazikuwafaidia lolote.
20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”
Je, watu hujitengenezea miungu yao wenyewe? Naam, lakini hao si miungu!”
21 “ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”
“Kwa hiyo nitawafundisha: wakati huu nitawafundisha nguvu zangu na uwezo wangu. Ndipo watakapojua kuwa Jina langu ndimi Bwana.

< ଯିରିମୀୟ 16 >